ରେମୁଣା ତହସିଲଦାର ବିଦ୍ୟାଧର ପତି ଗିରଫ

ବାଲେଶ୍ବର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ତାଙ୍କ ନାଁରେ କୋଟିକୋଟି ଟଙ୍କାର ପ୍ଲଟ୍ ଓ ଫ୍ଲାଟ୍ ଥିବା ଜଣାପଡ଼ିଛି। ଭିଜିଲାନ୍ସ ଟିମ୍ ରେମୁଣା ତହସିଲ କାର୍ଯ୍ୟାଳୟ, ସୋର ଅଇଁରୀସ୍ଥିତ ପୈତୃକ ଘର, ଭୁବନେଶ୍ୱରର ୩ଟି ସ୍ଥାନ, ବାଲେଶ୍ବରର କୁରୁଡ଼ା ଓ ସୋରରେ ଚଢ଼ଉ ଜାରି ରଖିଛି। ଚଢ଼ଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ଟିମ୍ ହାତରେ ଲାଗିଛି।

ଭିଜିଲାନ୍ସ ମୁଖ୍ୟାଳୟରୁ ଏକ ଟିମ୍ ବାଲେଶ୍ବର ସର୍କିଟ୍ ହାଉସ୍ ନିକଟରୁ ତହସିଲଦାର ଶ୍ରୀ ପତିଙ୍କୁ ଧରି ତାଙ୍କ କାର୍ଯ୍ୟାଳୟକୁ ନେଇଥିଲେ। ସେଠାରେ ବିଭିନ୍ନ କାଗଜପତ୍ର ଯାଞ୍ଚ କରିବାପରେ ତାଙ୍କୁ ମୁଖ୍ୟାଳୟକୁ ନିଆଯାଇଥିଲା। ତାଙ୍କ ନାଁରେ ଏକାଧିକ ପ୍ଲଟ୍, ଫ୍ଲାଟ୍ ଥିବା ଜାଣିବାକୁ ପାଇଥିଲେ। ହସ୍ତଗତ ସୂଚନା ଅନୁସାରେ, ଶ୍ରୀ ପତି ଓ ତାଙ୍କ ପରିବାର ଲୋକଙ୍କ ନାଁରେ ଭୁବନେଶ୍ବର ଶୈଳଶ୍ରୀବିହାରରେ ୧୪୬୦ ବର୍ଗଫୁଟ୍ର ୩ ବିଏଚ୍କେ ଫ୍ଲାଟ୍, ରୁଦ୍ରପୁର ଅଞ୍ଚଳରେ ୧୪୨୨ ବର୍ଗଫୁଟର ୩ ବିଏଚ୍କେ ଫ୍ଲାଟ୍, ବାଲେଶ୍ବର ସହର କୁରୁଡ଼ାସ୍ଥିତ ସୁପ୍ରତୀକ ଆପାର୍ଟମେଣ୍ଟ୍ରେ ୧୫୫୪ ବର୍ଗଫୁଟ୍ର ଏକ ଫ୍ଲାଟ୍ ରହିଥିବା ବେଳେ ଉଭୟ ଭୁବନେଶ୍ବର ଓ ବାଲେଶ୍ବରରେ ୨ଟି ପ୍ଲଟ୍ ରହିଛି। ଏସବୁର ମୂଲ୍ୟ ଭିଜିଲାନ୍ସ ପକ୍ଷରୁ ଆକଳନ କରାଯାଉଛି। ସେହିପରି, ଶ୍ରୀ ପତିଙ୍କ ହୁଣ୍ଡାଇ-ଆଇ୨୦ କାର୍, ୨ଟି ଦୁଇଚକିଆ ସହ ବ୍ୟାଙ୍କ ଓ ଅନ୍ୟାନ୍ୟ ଜମାରାଶିର କାଗଜପତ୍ର ଭିଜିଲାନ୍ସ ଠାବ କରିଛି। ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ୟୁକୋ ବ୍ୟାଙ୍କରେ ତାଙ୍କ ପତ୍ନୀଙ୍କ ଏକ ବ୍ୟାଙ୍କ ଲକର୍ ରହିଛି। ଏହି ଚଢ଼ଉରେ ଭିଜିଲାନ୍ସର ୬ ଡିଏସ୍ପି, ୩ ଇନ୍ସପେକ୍ଟର ଓ ୧୦ ଏଏସ୍ଆଇ ସାମିଲ ଥିଲେ।

  • Related Posts

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ବନ୍ଦୋବସ୍ତ କାର୍ୟ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା । ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ବୁଧବାର ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ।…

    ଜଳିଗଲେ ଆଉ ଜଣେ ଛାତ୍ରୀ

    ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଜଳି ଯାଇଛନ୍ତି ଜଣେ ଛାତ୍ରୀ। ଘର ଭିତରୁ ମିଳିଛି ଛାତ୍ରୀଙ୍କ ଜଳନ୍ତା ମୃତଦେହ। ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଜାଳି ଦେଇଛି ନା…

    Leave a Reply

    Your email address will not be published. Required fields are marked *

    You Missed

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ