ରୋହିତଙ୍କ ଶତକ ଏବଂ ବିରାଟଙ୍କ ଅର୍ଦ୍ଧଶତକ: ଶେଷ ଦିନିକିଆ ଜିତିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ: ସିଡନୀରେ ଖେଳାଯାଇଥିବା ଶେଷ ଦିନିକିଆ ମ୍ୟାଚକୁ ଟିମ ଇଣ୍ଡିଆ ଜିତି ନେଇଛି। ଅନ୍ତିମ ମ୍ୟାଚରେ ରୋହିତ ଶର୍ମାଙ୍କ ଶତକ ଏବଂ ବିରାଟ କୋହଲିଙ୍କ ଅର୍ଦ୍ଧଶତକ ବଳରେ ଭାରତ ଘରୋଇ ଅଷ୍ଟ୍ରେଲିଆକୁ ୬୯ ବଲ ବାକି ଥାଇ ୯ ଉଇକେଟରେ ପରାସ୍ତ କରିଛି। ତେବେ ଟିମ ଇଣ୍ଡିଆ ୩ ମ୍ୟାଚ ବିଶିଷ୍ଟ ଏହି ସିରିଜକୁ ୧-୨ରେ ହାତଛଡ଼ା କରିଛି। ପ୍ରଥମ ଦୁଇଟି ମ୍ୟାଚରେ ବିଜୟ ସହିତ ଘରୋଇ ଦଳ ଆଗୁଆ ସିରିଜ କବଜା କରିନେଇଛି।

ଶେଷ ମ୍ୟାଚରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟି କରି ୪୬.୪ ଓଭରରେ ୨୩୬ ରନ କରି ଅଲଆଉଟ ହୋଇଯାଇଥିଲା। ହର୍ଷିତ ରାଣା(୪ ଉଇକେଟ) ଏବଂ ଓ୍ବାଶିଂଟନ ସୁନ୍ଦର(୨ ଉଇକେଟ)ଙ୍କ ଘାତକ ବୋଲିଂକୁ ସାମ୍ନା କରିପାରି ନ ଥିଲା କଙ୍ଗାରୁ ଦଳ। ଦଳ ପକ୍ଷରୁ ମ୍ୟାଟ୍‌ ରେନଶ ସର୍ବାଧିକ ୫୬ ରନ କରିଥିବାବେଳେ ମିଚେଲ ମାର୍ଶ ୪୧ ଏବଂ ମ୍ୟାଥ୍ୟୁ ଶର୍ଟ ୩୦ ରନ କରିଥିଲେ। ଭାରତ ପକ୍ଷରୁ ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା, କୁଳଦୀପ ଯାଦନବ, ଅକ୍ଷର ପଟେଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।

୨୩୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭାରତ ୩୮.୩ ଓଭରରେ ମ୍ୟାଚ ଜିତି ନେଇଥିଲା। ରୋହିତ ସର୍ବାଧିକ ୧୨୧ ଏବଂ କୋହଲ ୭୪ ରନର ପାଳି ଖେଳିଥିଲେ। ଶୁବମନ ଗିଲ୍‌(୨୪) ଏକମାତ୍ର ବ୍ୟାଟ୍ସମ୍ୟାନ ଭାବେ ଆଉଟ ହୋଇଥିଲେ। ଜୋଶ ହାଜେଲଉଡ ଗିଲ୍‌ଙ୍କୁ ଆଉଟ କରି କେବଳ ଗୋଟିଏ ହାସଲ କରିଥିଲେ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ