“ଲକ୍ଷପତି ଦିଦି”ଯୋଜନା : ଭାରତରେ ପ୍ରଥମ ସ୍ଥାନ ହାସଲ କରିଛି ଓଡିଶା

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ଗ୍ରାମୀଣ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଯୋଗାଇଦେଇ ବାର୍ଷିକ ୧ ଲକ୍ଷ କିମ୍ବା ଅଧିକ ରୋଜଗାର କରିବାକୁ ସଶକ୍ତ କରୁଥିବା “ଲକ୍ଷପତି ଦିଦି”ଯୋଜନାରେ ଓଡିଶା ଭାରତରେ ପ୍ରଥମ ସ୍ଥାନ ହାସଲ କରିଛି। ୨୦୨୫ ଏପ୍ରିଲ ୧୩ ସୁଦ୍ଧା, ଓଡିଶାରେ ଚିହ୍ନଟ କରାଯାଇଥିବା ୧୭.୫୯ ଲକ୍ଷ ସମ୍ଭାବ୍ୟ ଲକ୍ଷପତି ଦିଦିଙ୍କ ମଧ୍ୟରୁ ୧୪ ଲକ୍ଷରୁ ଊର୍ଦ୍ଧ୍ଵ ମହିଳା ଏଯାବତ ଲକ୍ଷପତି ଦିଦିରେ ପରିଣତ ହୋଇସାରିଛନ୍ତି। ଅନୁମୋଦିତ ଲକ୍ଷ୍ୟର ୮୨% ପୂରଣ କରି ଓଡିଶା ଦେଶର ଅନ୍ୟ ସମସ୍ତ ରାଜ୍ୟକୁ ଅତିକ୍ରମ କରିଛି। ଏହି ପ୍ରୟାସକୁ ଓଡିଶାରେ ମିଶନ ଶକ୍ତି ବିଭାଗ ଅଧୀନରେ ଓଡିଶା ଜୀବିକା ମିଶନ (ଓଏଲଏମ) ଦ୍ୱାରା କାର୍ୟ୍ୟକାରୀ କରାଯାଇଛି, ଏବଂ କେନ୍ଦ୍ର ପ୍ରାୟୋଜିତ ଜାତୀୟ ଗ୍ରାମୀଣ ଜୀବିକା ମିଶନ (ଏନଆରଏଲଏମ)ର ଲକ୍ଷ୍ୟ ସହିତ କାର୍ୟ୍ୟକାରୀ କରାଯାଇଛି। ମିଶନ-ମୋଡ୍ରେ ଆରମ୍ଭ ହୋଇ ଏହି କାର୍ୟ୍ୟକ୍ରମ ରାଜ୍ୟରେ ବିଭାଗୀୟ ସହଭାଗିତା, ଆଞ୍ଚଳିକ ସ୍ତରରେ ନେତୃତ୍ୱ, ଏବଂ ଜୀବନ ଜୀବିକାକୁ ସୃଦୃଢ କରି ଏକ ଶକ୍ତିଶାଳୀ ମଡେଲ ଭାବେ ଉଭା ହୋଇଛି।
ଏହି ପରିବର୍ତ୍ତନର ଆରମ୍ଭ ତୃଣମୂଳ ସ୍ତରରୁ ସମ୍ଭାବ୍ୟ ଲକ୍ଷପତି ଦିଦି (ପିଏଲଡି)ଙ୍କୁ ଘର-ଘର ବୁଲି ଚିହ୍ନଟ ଅଭିଯାନ ମାଧ୍ୟମରେ ଆରମ୍ଭ ହୋଇଥିଲା। କମ୍ୟୁନିଟି ସପୋର୍ଟ ସ୍ଟାଫ୍, ସ୍ୱୟଂ ସହାୟକ ଗୋଷ୍ଠୀ ନେତ୍ରୀବୃନ୍ଦ ତଥା ଓଏଲଏମ ଅଧିକାରୀମାନେ ଘରକୁ ଘର ସର୍ବେକ୍ଷଣ କରି, ଆୟ ସ୍ତର, ଦକ୍ଷତା, ଏବଂ ଆର୍ଥିକ ସ୍ୱାଧୀନତାର ଆକାଂକ୍ଷାକୁ ତର୍ଜମା କରିଥିଲେ। ଏହି ମହିଳାମାନଙ୍କୁ କେବଳ ଚିହ୍ନଟ କରାଯାଇ ନ ଥିଲା, ସେମାନଙ୍କୁ ପ୍ରଶିକ୍ଷଣ, ସମସ୍ତ ଆବଶ୍ୟକ ସହାୟତା ଏବଂ ମାର୍ଗଦର୍ଶନ ମଧ୍ୟ ପ୍ରଦାନ କରାଯାଇଥିଲା। ଏହି ଯୋଜନାକୁ ବାସ୍ତବରେ ରୂପ ଦେବା ପାଇଁ, ରାଜ୍ୟ ସରକାର ଓଡିଶାର ପ୍ରତ୍ୟେକ କୋଣ ଅନୁକୋଣରେ ସ୍ଥାନୀୟ (ଅନସାଇଟ୍) ପ୍ରଶିକ୍ଷଣ ଅଧିବେଶନ ଆୟୋଜନ କରିଥିଲେ। ମାଷ୍ଟର ଟ୍ରେନରମାନେ ମହିଳାମାନଙ୍କୁ ବୈଷୟିକ ଏବଂ ଔଦ୍ୟୋଗିକ ଦକ୍ଷତା ହାସଲ କରିବାରେ ସହାୟତା କରିଥିଲେ, ଯେଉଁଥିରେ ସିଲାଇ, ଛତୁ ଚାଷ, ପଶୁପାଳନ ତଥା ଖାଦ୍ୟ ପ୍ରକ୍ରିୟାକରଣ ଅନ୍ତର୍ଭୁକ୍ତ କରାଯାଇଥିଲା। ଆବର୍ତ୍ତନ ପାଣ୍ଠି ୧୫,୦୦୦ ଟଙ୍କାରୁ ବୃଦ୍ଧି କରି ୩୦,୦୦୦ ଟଙ୍କା କରାଯାଇଥିବା ବେଳେ, କମ୍ୟୁନିଟି ଇନଭେଷ୍ଟମେଣ୍ଟ ଫଣ୍ଡକୁ ୩୫ ଲକ୍ଷ ଟଙ୍କାରୁ ବଢ଼ାଇ ୬୦ ଲକ୍ଷ ଟଙ୍କା କରାଯାଇଛି। ଗ୍ରାମୀଣ ଉଦ୍ୟୋଗୀମାନଙ୍କ ପାଇଁ ଋଣ ବୋଝକୁ ହାଲୁକା କରିବା ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ପାଇଁ ସେମାନଙ୍କ କ୍ଷୁଦ୍ର ଉଦ୍ୟୋଗ ଆରମ୍ଭ କିମ୍ବା ବିସ୍ତାର କରିବାରେ ସକ୍ଷମ କରିବା ନିମନ୍ତେ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ବିନା ସୁଧରେ ଋଣ ପ୍ରଦାନ କରାଯିବାର ସହାୟତା ଜାରି ରହିବ ବୋଲି ବିଭାଗ ତରଫରୁ ସୂଚନା ଦିଆଯାଇଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ