ଲଘୁଚାପ: ୨୧ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ

ଭୁବନେଶ୍ୱର:ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୭ ତାରିଖରେ ବିଭିନ୍ନ ଜିଲାକୁ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୮ରୁ ୨୦ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପର୍ୟ୍ୟନ୍ତ ମସତ୍‌ୟଜୀବୀମାନେ ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଥିବାବେଳେ ବଜ୍ରପାତ ପାଇଁ ସତର୍କ ସୂଚନା ଦିଆଯାଇଛି। ୧୮ରୁ ବର୍ଷା ବଢ଼ିବା ସମ୍ଭାବନା ଥିବାବେଳେ କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ