ଲଘୁଚାପ: ୩୧ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେଇଛି। ଏହା ୪୮ଘଣ୍ଟା ମଧ୍ୟରେ ଉତ୍ତରରେ ଗତି କରି ଅଧିକ ଘନୀଭୂତ ହୋଇପାରେ। ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ଘଡ଼ଘଡ଼ି ସହିତ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିପାରେ। ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଏସଆରସିଙ୍କ କାର୍ୟ୍ୟାଳୟ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦେଶ ଦିଆଯାଇଛି।
ଲଘୁଚାପ ପ୍ରଭାବରେ ମଙ୍ଗଳବାର ଭୁବନେଶ୍ବର ସମେତ ବାଲେଶ୍ବର, ଚାନ୍ଦବାଲି, କଟକ, ପାରାଦ୍ବୀପ, ସମ୍ବଲପୁର, ଦାରିଙ୍ଗବାଡି, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ହୀରାକୁଦ ଏବଂ ପୁରୀ ଆଦି ଅଞ୍ଚଳରେ ବର୍ଷା ହୋଇଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ