ଲଘୁଚାପ, 23ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଚେତାବନୀ

ଭୁବନେଶ୍ବର: ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହା ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଆସନ୍ତା 24 ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ବାବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ 23 ତାରିଖରୁ ବର୍ଷା ଆହୁରି ବଢ଼ିବ । 26 ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଲଘୁଚାପ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ।

ଆଗାମୀ 24 ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା, ବଜ୍ରପାତ ଓ ପବନର ଘଣ୍ଟାପ୍ରତି ବେଗ 30-40 କିମି ରହିବ । ଯାହାକୁ ନେଇ ରାଜ୍ୟର ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଛି । ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ସବୁ ଜିଲ୍ଲାରେ ହାଲୁକା ବର୍ଷା ସହ ପ୍ରବଳ ବଜ୍ରପାତ ରହିବ ।ଆସନ୍ତାକାଲି ମାଲାକାନିଗିର, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ରହିବ । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଚେତାବନୀ ଜାରି କରିଛି । ସେପଟେ ହାଲୁକା ବର୍ଷା ସହ ବଜ୍ରପାତ ପାଇଁ ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୱାର୍ଣ୍ଣିଂ ହହୋଇଥିବା ସବୁ ଜିଲ୍ଲାରେ ପବନର ବେଗ 30-40 କିମି ରହିବ ।ସେପଟେ 21 ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ରହିବ । ଏଥିପାଇଁ 5 ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ପାଇଁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଚେତାବାନୀ ଜାରି କରିଛି ପାଣିପାଗ ବିଭାଗ ।22 ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ମୟୂରଭଞ୍ଜ, ମାଲାକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ହାଲୁକା ବର୍ଷା ସହ ବଜ୍ରପାତ ରହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ 23 ତାରିଖରୁ ବର୍ଷାର ପରିମାଣ ବଢ଼ିବ । ଓଡ଼ିଶାର ସବୁ ଜିଲ୍ଲାରେ ବର୍ଷା ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ଅନ୍ୟ ସବୁ ଜିଲ୍ଲାରେ ବର୍ଷା ସହ ପ୍ରବଳ ବଜ୍ରପାତ ହେବା ନେଇ ପାଣିପାଗ ସତର୍କ ସୂଚନା ଜାରି କରିଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ