ଲାଞ୍ଚ ନେଇ ଧରାପଡ଼ିଲେ ତହସିଲଦାର

ଲାଞ୍ଚ ନେବା ବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଦୁଇ ଜଣ ସରକାରୀ ଅଧିକାରୀ। ଜଣେ ସମ୍ବଲପୁର ଜିଲ୍ଲା ବାମରା ତହସିଲଦାର ଅଶ୍ୱିନୀ କୁମାର ପଣ୍ଡା ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ନୟାଗଡ଼ ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ। ତହସିଲଦାର ଶ୍ରୀ ପଣ୍ଡା ୨୦୧୯ରେ ଓଏଏସ୍‌ ଟପ୍ପର ହୋଇଥିଲେ।

ବାମରା ବ୍ଲକ ଗୋବିନ୍ଦପୁର ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କର ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ଆବେଦନ କରିଥିଲେ। ତେବେ ଏହି କାମ କରିବା ପାଇଁ ଲାଞ୍ଚ ମାଗିଥିଲେ ତହସିଲଦାର ଅଶ୍ୱିନୀ କୁମାର ପଣ୍ଡା। ଏନେଇ ଉକ୍ତ ବ୍ୟକ୍ତି ଜଣଙ୍କ ସମ୍ବଲପୁର ଭିଜିଲାନ୍ସରେ ଅଭିଯୋଗ କରିଥିଲେ।

ଯୋଜନା ପ୍ରକାରେ ଆଜି ଦିନ ପ୍ରାୟ ୧୧ଟା ବେଳେ ଅଭିଯୋଗକାରୀ ଦାବି ମୁତାବକ ୧୫ ହଜାର ଟଙ୍କା ନେଇ ତହସିଲଦାର ଅଶ୍ୱିନୀ କୁମାର ପଣ୍ଡାଙ୍କୁ ଦେଇଥିଲେ। ତହସିଲଦାର ଲାଞ୍ଚ ଅର୍ଥ ଗ୍ରହଣ କରିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। ତହସିଲଦାର ଶ୍ରୀ ପଣ୍ଡାଙ୍କ ସହିତ ତାଙ୍କ ଡ୍ରାଇଭର ପ୍ରବୀଣ କୁମାରଙ୍କୁ ଭିଜିଲାନ୍ସ ସମ୍ବଲପୁର ନେଇ ଅଧିକ ପଚରାଉଚରା କରୁଥିବା ଜଣାପଡ଼ିଛି। ଡ୍ରାଇଭର ପ୍ରବୀଣ କୁମାରଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ। ତାଙ୍କ ମାଧ୍ୟମରେ ଲାଞ୍ଚ ନେଇଥିଲେ ତହସିଲଦାର।

ଲାଞ୍ଚ ନେଇ ଧରାପଡ଼ିବା ପରେ ଅଶ୍ୱିନୀ କୁମାର ପଣ୍ଡାଙ୍କ ଭୁବନେଶ୍ୱରର ମେ’ ଫେୟାର ରୋଡ୍‌ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଥିଲା। ସେଠାରୁ ଭିଜିଲାନ୍ସ ୪.୭୩ ଲକ୍ଷ ଟଙ୍କା ଜବତ କରିଛି। ଚଢ଼ାଉ ଜାରି ରହିଥିବା ଜଣାପଡ଼ିଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ