ଲାଲୁଙ୍କ ଅଫର୍‌କୁ ପ୍ରତ୍ୟାଖାନ କଲେ ନୀତିଶ କୁମାର

ପାଟ୍‌ନା : ବିହାରର ମୁଖ୍ୟମନ୍ତ୍ରୀ ଏନଡିଏ ଛାଡୁଥିବା ଖବର ଚର୍ଚ୍ଚା ହେବା ପରେ ଜଣଙ୍କ ପରେ ଜଣେ ନେତା ଏନେଇ ବୟାନ ଦେବା ଆରମ୍ଭ କଲେଣି । ଏହାରି ଭିତରେ ଆରଜେଡି ନେତା ଲାଲୁପ୍ରସାଦ ଯାଦବ କୁଆଡ଼େ ନୀତିଶଙ୍କୁ ବଡ଼ ଅଫର ଦେଇଛନ୍ତି। ତେବେ ସବୁଠାରୁ ବଡ଼ କଥା ହେଉଛି ଲାଲୁଙ୍କ ଅଫର୍‌କୁ ପ୍ରତ୍ୟାଖାନ କରିଛନ୍ତି ନୀତିଶ। ସେ ଗଣମାଧ୍ୟମରେ ସ୍ପଷ୍ଟ କରିଛନ୍ତି ଯେ ତାଙ୍କର ଦଳ ବଦଳାଇବାର କୌଣସି ଯୋଜନା ନାହିଁ। ତେବେ ପୂର୍ବରୁ ଦଳ ବଦଳାଇବା ନେଇ ନୀତିଶଙ୍କ ନାଁରେ ରେକର୍ଡ ରହିଛି । ବର୍ଷ ଆରମ୍ଭରୁ ହିଁ ନୀତିଶ ଦଳ ବଦଳାଇ ଦିଅନ୍ତି । ବାରମ୍ୱାର ଏମିତି କରିବାର ରେକର୍ଡ ପାଇଁ ଲୋକେ ଦ୍ବନ୍ଦ୍ବରେ ରହୁଛନ୍ତି । ତେଣୁ ଲାଲୁ ଯାଦବଙ୍କ ଅଫର ପରେ ନୀତିଶ ଏନଡିଏ ଛାଡୁଥିବା ଚର୍ଚ୍ଚାକୁ ଖୋରାକ ଯୋଗାଇଛି ।

ସେପଟେ କିଛିଦିନ ହେବ ନୀତିଶ ଗଣମାଧ୍ୟମରୁ ନିଜକୁ ଦୂରେଇ ରଖୁଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ନିଧନରେ ଶେଷ ଦର୍ଶନ ଲାଗି ପହଞ୍ଚିଥିଲେ ନୀତିଶ । ଏହି ସମୟରେ ମନମୋହନଙ୍କ ପରିବାର ସହ ଅନେକ କଂଗ୍ରେସ ନେତାଙ୍କୁ ଭେଟିଥିଲେ । କିନ୍ତୁ ଏନଡିଏର ନେତାଙ୍କ ସହ ସେମିତି ନଜରକୁ ଆସିନଥିଲେ । ପୂର୍ବରୁ ଦିଲ୍ଲୀରେ ଅମିତ ଶାହ ଡାକିଥିବା ବୈଠକରେ ମଧ୍ୟ ସାମିଲ ହୋଇନଥିଲେ ନୀତିଶ । ଯେହେତୁ କେନ୍ଦ୍ର ସରକାରରେ ନୀତିଶଙ୍କ ସମର୍ଥନ ରହିଛି ତେଣୁ ନୀତିଶ ନଯିବା ରାଜନୀତିକୁ ଆହୁରି ସରଗରମ କରିଛି ।

  • Related Posts

    ଶ୍ରଦ୍ଧାଳୁଙ୍କ ଉପରେ ମାଡିଗଲା ଟ୍ରକ, ୧୨ ମୃତ

    ନୂଆଦିଲ୍ଲୀ: କୋଲକାତା ଦୁର୍ଗାପୂଜା ମଣ୍ଡପ ଦଳାଚକଟା ଭିତରେ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶ ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୨ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ୨୯ ଜଣ ଆହତ…

    Continue reading
    ମଣ୍ଡପରେ ଦଳାଚକଟା ଟ୍ରାଜେଡି; ୭ ଗିରଫ

    କୋଲକାତା; ପଶ୍ଚିମବଙ୍ଗ ରାଜଧାନୀ ଉତ୍ତର କୋଲକାତାରେ ଦୁର୍ଗପୂଜା ମହୋତ୍ସବରେ ହୃଦୟବିଦାରକ ଅଘଟଣ ଘଟିଛି । ଚୋରବାଗାନର ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ୩୦ ଜଣ ଆହତ ହୋଇଛନ୍ତି । କୋଲକାତା ପୁଲିସ ହତ୍ୟା ମାମଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି