ଲୁଟ୍‌ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବାଲିଖଣ୍ଡ ବଜାରରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଲୁଟ୍‌ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଗତକାଲି ରାତିରେ ଲୁଟେରାମାନେ ଗ୍ରୀଲ କାଟି ବ୍ୟାଙ୍କ ଭିତରେ ପଶି ଥିଲେ। ପରେ ବ୍ୟାଙ୍କରେ ପଶି ଲୁଟ୍‌ କରି ଲକରରେ ନିଆଁ ଲଗାଇ ଦେଇ ଚମ୍ପଟ ମାରିଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ବ୍ୟାଙ୍କରୁ ଧୂଆଁ ବାହୁରୁଥିବା ଦେଖି ବ୍ୟାଙ୍କ ଅଧିକାରୀଙ୍କୁ ଜଣାଇଥିଲେ। ଏଥିସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରବଳ ଧୂଆଁ ବାହାରୁଥିବାରୁ ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀ ପାଇଁ କଷ୍ଟକର ହୋଇପଡ଼ିଛି। ସିମୁଳିଆ ପୁଲିସ ଘଟଣାସ୍ଥଳରେ ମଧ୍ୟ ଉପସ୍ଥିତ ରହିଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ