ଲୋକସଭାରେ ଫେଲ୍ ମାରିଲା ମହିଳା ସଂରକ୍ଷଣ ସଂଶୋଧନ ବିଲ୍

ନୂଆଦିଲ୍ଲୀ: ଲୋକସଭାରେ ଫେଲ୍ ମାରିଲା ମହିଳା ସଂରକ୍ଷଣ ଆଇନ ସହ ଜଡ଼ିତ ସମ୍ବିଧାନ (୧୩୧ତମ) ସଂଶୋଧନ ବିଲ୍ । ଆଜି ଏଥିପାଇଁ ଲୋକସଭାରେ ହୋଇଥିବା ଭୋଟିଂରେ ମୋଟ୍ ୫୨୮ ଜଣ ସାଂସଦ ଭାଗ ନେଇଥିଲେ । ମହିଳା ସଂରକ୍ଷଣ ବିଲ୍ ସପକ୍ଷରେ ୨୯୮ ଭୋଟ୍ ପଡ଼ିଥିବା ବେଳେ ବିପକ୍ଷରେ ପଡ଼ିଲା ୨୩୦ ଭୋଟ୍ । ଏଥିସହ ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍ ସଂସଦର ନିମ୍ନ ସଦନରେ କାଟ୍ ଖାଇଛି । ଗୃହରେ ଦୁଇ ତୃତୀୟାଂଶ ସମର୍ଥନ ନ ମିଳିବାରୁ କାଟ୍‌ ଖାଇଲା ମହିଳା ସଂରକ୍ଷଣ ଆଇନ ସହ ଜଡ଼ିତ ସମ୍ବିଧାନ (୧୩୧ତମ) ସଂଶୋଧନ ବିଲ୍ ।

ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ, ସମ୍ବିଧାନର (୧୩୧ତମ ସଂଶୋଧନ) ବିଲ୍, ୨୦୨୬ କାଟ୍ ଖାଇଥିବାରୁ, କେନ୍ଦ୍ର ସରକାର ଅନ୍ୟ ଦୁଇଟି ବିଲ୍ – ‘ଡିଲିମିଟେସନ୍ ବିଲ୍, ୨୦୨୬’ ଏବଂ ‘ଦି ୟୁନିଅନ୍ ଟେରିଟୋରିଜ୍ ଲସ୍ (ସଂଶୋଧନ ବିଲ୍), ୨୦୨୬’ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ଏଥିସହ ବାଚସ୍ପତି ଓମ୍ ବିର୍ଲା ୧୮ ଏପ୍ରିଲ୍, ୨୦୨୬ ଶନିବାର ଦିନ ସକାଳ ୧୧ଟା ପର୍ୟ୍ୟନ୍ତ ଲୋକସଭାକୁ ମୁଲତବୀ ରଖିଛନ୍ତି ।୨୦୨୯ ଲୋକସଭା ନିର୍ବାଚନ ପୂର୍ବରୁ ଲୋକସଭା ଏବଂ ରାଜ୍ୟ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ କାର୍ୟ୍ୟକାରୀ କରିବାକୁ ଚାହୁଁଥିବା ସମ୍ବିଧାନ ସଂଶୋଧନ ବିଲ୍ ଶୁକ୍ରବାର ସଂସଦର ନିମ୍ନ ସଦନରେ ପାରିତ ହୋଇପାରିଲା ନାହିଁ । ଭୋଟ୍ ବିଭାଜନ ସମୟରେ ସମ୍ବିଧାନ (୧୩୧ତମ) ସଂଶୋଧନ ବିଲ୍, ୨୦୨୬ ସପକ୍ଷରେ ୨୯୮ ଏବଂ ବିପକ୍ଷରେ ୨୩୦ ଭୋଟ୍ ପଡ଼ିଥିଲା ।

ଲୋକସଭାରେ ଯେକୌଣସି ସମ୍ବିଧାନ ସଂଶୋଧନ ବିଲ୍ ପାସ୍ କରିବା ପାଇଁ ଦୁଇ-ତୃତୀୟାଂଶ ବହୁମତର ଆବଶ୍ୟକତା ରହିଥାଏ । ସରକାର ଏହି ବିଲ୍ ସହିତ ସୀମା ନିର୍ଦ୍ଧାରଣ ବିଲ୍, ୨୦୨୬ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଆଇନ (ସଂଶୋଧନ) ବିଲ୍, ୨୦୨୬ ମଧ୍ୟ ଗୃହରେ ଆଲୋଚନା ଏବଂ ପାସ୍ ପାଇଁ ଉପସ୍ଥାପନ କରିଥିଲେ, କିନ୍ତୁ ସେଗୁଡ଼ିକୁ ମଧ୍ୟ ଆଗକୁ ବଢ଼ାଯାଇପାରିଲା ନାହିଁ ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ