‘ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ସେବାକୁ ସୁନିଶ୍ଚିତ କର’

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ବିଭାଗ ଦ୍ୱାରା ଓଡ଼ିଶା ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଦାନର କାର୍ୟ୍ୟକାରିତା ସୁନିଶ୍ଟିତ କରିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ଏହି ମର୍ମରେ ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗୀୟ ସଚିବ, ସମସ୍ତ ରାଜସ୍ବ ଆୟୁକ୍ତ ଓ ଜିଲାପାଳମାନଙ୍କୁ ଏକ ନିର୍ଦ୍ଦେଶନାମାରେ ସବିସ୍ତୃତ ନିର୍ଦ୍ଦେଶ ଦେଇଛନ୍ତି।
ଓଡ଼ିଶା ଲୋକସେବା ଅଧିକାର ଆଇନରେ ଅନ୍ତର୍ଭୁକ୍ତ ଅତ୍ୟାବଶ୍ୟକ ସେବାଗୁଡ଼ିକ କିପରି ଉଦ୍ଦିଷ୍ଟ ହିତାଧିକାରୀଙ୍କ ନିକଟରେ ଠିକ୍‌ ଭାବେ ନିର୍ଦ୍ଧାରିତ ସମୟ ମଧ୍ୟରେ ଉପଲବ୍ଧ ହେବ, ସେଥିପାଇଁ ପତ୍ରରେ ପରାମର୍ଶ ଦିଆଯାଇଛି। ଓଡ଼ିଶା ସରକାର ଜନସାଧାରଣଙ୍କ ନିକଟରେ ସାର୍ବଜନୀନ ସେବାଗୁଡ଼ିକୁ ସହଜରେ ଉପଲବ୍ଧ କରାଇବା ପାଇଁ ଉତ୍ସର୍ଗୀକୃତ ଭାବେ କାର୍ୟ୍ୟ କରୁଛନ୍ତି। ଏହି ଆଇନ ଅନୁଯାୟୀ ଏ ପର୍ୟ୍ୟନ୍ତ ୩୨ଟି ବିଭାଗର ୪୨୮ଟି ସାଧାରଣ ସେବାକୁ ସୂଚିତ କରାଯାଇଛି। ଏହି ଆଇନର କାର୍ୟ୍ୟାନ୍ବୟନ ପାଇଁ ପ୍ରତି ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କୁ ନୋଡାଲ ଅଧିକାରୀ ଭାବେ ନିୟୋଜିତ କରାଯାଇଛି। ସଚିବମାନେ ନିଜ ବିଭାଗରେ ଏହି ଆଇନ ଅଧୀନରେ ପ୍ରଦାନ କରାଯାଉଥିବା ସେବାଗୁଡ଼ିକ ସୁନିଶ୍ଚିତ କରିବେ। ଏହାସହ କ୍ଷେତ୍ର ପରିଦର୍ଶନ ସମୟରେ ବିଭିନ୍ନ ଜିଲା ଗସ୍ତବେଳେ ଏହି ଆଇନ ଅଧୀନ ସେବାଗୁଡ଼ିକ ବିଜ୍ଞପ୍ତି ଅନୁଯାୟୀ ସମୟସୀମା ଭିତରେ ନାଗରିକଙ୍କୁ ପ୍ରଦାନ କରାଯାଇଛି କି ନାହିଁ ତାହା ଯାଞ୍ଚ କରିବେ। ଏହାର ସଫଳତାର ପ୍ରତିଶତ ଯାଞ୍ଚ କରିବାକୁ ମୁଖ୍ୟ ଶାସନ ସଚିବ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି। ସେହିପରି ଜିଲାପାଳମାନେ ମଧ୍ୟ ନିଜ ଜିଲାରେ ପ୍ରତି ମାସରେ ସାର୍ବଜନୀନ ସେବା ପ୍ରଦାନରେ ଜିଲାର ସଫଳତା ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ