ଲୋକ ରଞ୍ଜନୀ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଭୁବନେଶ୍ୱର/ବରଗଡ଼ :ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ସଂସ୍କାର ଭାରତୀ, ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା “ଲୋକ ରଞ୍ଜନୀ” ସାଂସ୍କୃତିକ କାର୍ଯ୍ୟକ୍ରମର ଉଦ୍‌ଯାପନୀ ସମାରୋହ ଆଜି ଅନୁଷ୍ଠିତ ହୋଇଯାଇଛି। ବରଗଡ଼ ଜିଲ୍ଲାର ଯଦୁମଣି ପ୍ରଧାନ ପ୍ରେକ୍ଷାଳୟରେ ମେ’ ୧୧ ରୁ ୧୩ ତାରିଖ ପର୍ଯ୍ୟନ୍ତ “ଲୋକ ରଞ୍ଜନୀ” ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

“ଲୋକ ରଞ୍ଜନୀ” କାର୍ଯ୍ୟକ୍ରମର ଉଦ୍‌ଯାପନୀ ସମାରୋହରେ ବରଗଡ଼ର ବିଧାୟକ ଶ୍ରୀ ଅଶ୍ବିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ଶ୍ରୀ ନିହାର ରଞ୍ଜନ ମହାନନ୍ଦ, ବିଜେପୁର ବିଧାୟକ ଶ୍ରୀ ସନତ କୁମାର ଗର୍ତିଆ ଏବଂ ଭଟଲି ବିଧାୟକ ଶ୍ରୀ ଇରାଶିଷ ଆଚାର୍ଯ୍ୟ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଓଡ଼ିଶାର ସମୃଦ୍ଧ ଲୋକ ସଂସ୍କୃତି ଓ ଲୋକ ନୃତ୍ୟ ଓ ସଙ୍ଗୀତ ସମ୍ପନ୍ଧରେ ଆଲୋକପାତ କରିବା ସହ ଲୋକ ରଞ୍ଜନୀ ସାଂସ୍କୃତିକ କାର୍ଯ୍ୟକ୍ରମ ଓଡ଼ିଶାର ଯୁବ କଳାକାରମାନଙ୍କୁ ନିଜର ପ୍ରତିଭା ପ୍ରଦର୍ଶନ କରିବା ପାଇଁ ଏକ ପ୍ରକୃଷ୍ଟ ମଞ୍ଚ ପ୍ରଦାନ କରିଛି ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ। ଲୋକନୃତ୍ୟ ଓ ସଙ୍ଗୀତକୁ ଏକ ଅନନ୍ୟ ପରିଚୟ ପ୍ରଦାନ କରିଥିବା ସମସ୍ତ କଳାକାରମାନଙ୍କୁ ଅତିଥିମାନେ ସାଧୁବାଦ ଜଣାଇବା ସହ ଯୁବ କଳାକାରମାନଙ୍କୁ ଉତ୍ସାହିତ କରିଥିଲେ।

ଆଜିର ଉଦ୍‌ଯାପନୀ ସନ୍ଧ୍ୟା କାର୍ଯ୍ୟକ୍ରମରେ କଳାକାରମାନେ ଘୁଡ୍‌କା ନୃତ୍ୟ, ବଜନିୟା ନୃତ୍ୟ, ଘୋଡ଼ା ନାଚ, ପାଇକ ଆଖଡ଼ା, ଘୁମୁରା ନୃତ୍ୟ, ଧୁନକେଲ ନୃତ୍ୟ, ବାଘ ନୃତ୍ୟ, କୁଇ ନୃତ୍ୟ ଆଦି ପରିବେଷଣ କରିଥିଲେ। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ଡ଼. ଚନ୍ଦ୍ରଶେଖର ହୋତା ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ