ଲ୍ୟାଣ୍ଡମାଇନ୍ ବ୍ଲାଷ୍ଟ : ଜଣେ ଯବାନ ସହିଦ

ମାଲକାନଗିରି : ମାଲକାନଗିରି ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବ୍ଲାଷ୍ଟ । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ହୋଇଛି । ଯେଉଁଥିରେ ଜଣେ ଡିଆର୍‌ଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ବିଜାପୁର ନ୍ୟାସନାଲ ପାର୍କ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଚାଲିଥିଲା କୁମ୍ବିଂ ଅପରେସନ । ଜିଲ୍ଲା ପୋଲିସ, ଡିଆର୍‌ଜି, ସେନା ପକ୍ଷରୁ ମିଳିତ ଭାବେ ଚାଲିଥିଲା ସର୍ଚ୍ଚ ଅପରେସନ । ଏହି ସମୟରେ ଜଙ୍ଗଲରେ ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ଲ୍ୟାଣ୍ଡମାଇଲ୍‌ ବିସ୍ଫୋରଣ ହୋଇଥିଲେ । ଯେଉଁଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ତୁରନ୍ତ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସହିଦ ହୋଇଥିବା ଡିଆର୍‌ଜି ଯବାନ ହେଉଛନ୍ତି ଦିନେଶ ନାଗ ବୋଲି ଜଣାପଡିଛି । ସେପଟେ ଲ୍ୟାଣ୍ଡ ମାଇନ ବିସ୍ଫୋରଣ ପରେ କୁମ୍ବିଂ ଅପରେସନକୁ ଜୋରଦାର କରାଯାଇଛି । ଅଧିକ ଫୋର୍ସ ଓ ପୋଲିସ ସହାୟତାରେ ଅପରେସନକୁ ଜୋରଦାର କରାଯାଉଛି । ଜଙ୍ଗଲରେ ଏବେବି କିଛି ମାଓବାଦୀ ଲୁଚି ରହିଥିବାର ଅନୁମାନ କରାଯାଉଛି ।

  • Related Posts

    ଆଜି ଗୁଡ୍ ଫ୍ରାଇଡେ, ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ

    ଆଜି ଗୁଡ୍ ଫ୍ରାଇଡେ। ମାନବ ଜାତି ପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବଳିଦାନର ସ୍ମୃତିଚାରଣ କରାଯାଉଛି । ଯୀଶୁଙ୍କ ବଳିଦାନକୁ ମନେ ପକାଇ ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ ଭାଇ ଭଉଣୀ । ଏଥିପାଇଁ ସକାଳୁ ଉଭୟ ବାପ୍‌ଟିଷ୍ଟ ଓ କ୍ୟାଥଲିକ୍‌…

    Continue reading
    କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

    ଭୁବନେଶ୍ୱର:କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ ସମସ୍ତ ସୁବିଧା ସୁଯୋଗ ପାଇବେ। ନିୟମିତ କର୍ମଚାରୀ ଲେଭଲ୍‌-ଭି (ଏ) ଦରମା ପିଛିଲା ଭାବେ ଅର୍ଥାତ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ