ଶଙ୍ଖନଦୀ ପାଣିରେ ବୁଡ଼ି ତିନି ନାବାଳିକା ମୃତ

ବୀରମିତ୍ରପୁର: ଗାଧୋଇଲା ବେଳେ ଶଙ୍ଖ ନ‌ଦୀରେ ବୁଡ଼ି ୩ ନାବାଳିକାଙ୍କ ମୃତ୍ୟୁ । ବୁଧବାର ସକଳେ ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି। ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ରାଏବୋଗା ଥାନା ଅଞ୍ଚଳରେ। ସ୍ଥାନୀୟ ଶଙ୍ଖ ନଦୀର ଧୋଇପଡ଼ା ନିକଟରେ ସକାଳେ ଢିପାପଡ଼ା, ମଝାଟୋଲିର ୪ ଜଣ ସାଙ୍ଗ ଗାଧୋଉ ଥିଲେ।

ସେମାନମାନଙ୍କ ମଧ୍ୟରେ ୩ ଜଣ ନାବାଳିକ ବାଳିକା ଓ ଜଣେ ନାବାଳକ ଥିଲେ। ନଦୀରେ ଗାଧୋଇବା ସମୟରେ ୪ ଜଣ ନଦୀ ଭିତରକୁ ପଶି ଯାଇଥିଲେ । ହେଲେ ନାବାଳକ ଜଣଙ୍କ କୌଣସି ମତେ ଉଦ୍ଧାର ହୋଇଥିବା ବେଳେ ଅନ୍ୟ ୩ ଜଣ ନାବାଳିକା ଘଟଣା ସ୍ଥଳରେ ବୁଡ଼ି ଯାଇଥିଲେ। ଖବର ପାଇ ସ୍ଥାନୀୟ ଲୋକେ ନଦୀ ଭିତରେ ଖୋଜାଖୋଜି କରି ୩ ନାବାଳିକାଙ୍କ ମୃତ ଶରୀରକୁ ଉଦ୍ଧାର କରିଛନ୍ତି ।

ମୃତକମାନେ ହେଲେ ମଝାଟୋଲିର ଗୀତିକା ସାହୁ (୬),ସିବିକା ସାହୁ (୬) ଓ ଢିପାପଡ଼ାର ଶ୍ରୁତି ସାହୁ। ଖବର ରାଏବୋଗା ଥାନାଧିକାରୀ ଦିବ୍ୟ ଓରାମ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବୀରମିତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରଖିଛନ୍ତି। ଏ ନେଇ ରାଏବୋଗା ଥାନାରେ ଏକ ଅପମୃତ୍ଯୁ ମାମଲା (୦୯/୨୬) ରୁଜୁ ହୋଇ ଘଟଣାର ତଦନ୍ତ ଜାରି ରହିଛି ବୋଲି ଥାନାଧିକାରୀ ଓରାମ ସୂଚନା ଦେଇଛନ୍ତି। ଅନ୍ୟ ପକ୍ଷରେ ସଲଙ୍ଗାବାବାହାଲ ଗ୍ରାମର ପ୍ରତାପ ସାହୁ ସୁରକ୍ଷିତ ଥିବା ପୁଲିସ କହିଛି। ଏହି ଘଟଣା ରାଏବଗା ଓ ସଲଙ୍ଗାବାହାଲ ଅଞ୍ଚଳରେ ଶୋକର ଛାୟା ଖେଳେଇଦେଇଛି।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ