ଶପଥ ନେଲେ ହରି ବାବୁ କମ୍ଭମ୍‌ପତି

ଭୁବନେଶ୍ୱର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଆଜି ସେ ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରି ବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ । ଏଥିନିମନ୍ତେ ରାଜଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା।ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବାଚସ୍ପତି ସୁରମା ପାଢ଼ୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଶପଥ ଗ୍ରହଣ ଉତ୍ସବ ପରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା।

  • Related Posts

    ପିଆଜ ଦର ବୃଦ୍ଧି

    କଟକ: ଡାଲି, ତେଲ ,ଚାଉଳ, କଞ୍ଚା ପରିବା ପରେ ଏବେ ପିଆଜ ଦର ବୃଦ୍ଧି ହୋଇଛି । ଯେଉଁ ପିଆଜ ଦର ଗତ କିଛି ଦିନ ତଳେ ସ୍ୱାଭାବିକ ଥିଲା, ଏବେ ହଠାତ୍‌ ବୃଦ୍ଧି ପାଇଛି । ପୂର୍ବରୁ ପିଆଜ କିଲୋପ୍ରତି…

    Continue reading
    ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ

    ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ