ଶବରପାଲି ଗ୍ରାମରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ଦେବଗଡ଼: ଦେବଗଡ଼ର ମେରା ଯୁବା ଭାରତ ଓ ସୁଧାର ସଂଘ ପକ୍ଷରୁ ଶନିବାର ତିଲେଇବଣି ବ୍ଲକର ଶବରପାଲି ଗ୍ରାମରେ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ମେରା ଯୁବା ଭାରତର ପ୍ରଦୀପ ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ମୁଖ୍ୟ ଅତିଥି, ସରପଞ୍ଚ ଉଦିତ ନାୟକ, ସୁଦାମ ଚରଣ ପ୍ରଧାନ ଓ ଦିଲୀପ କେରକେଟା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସଂଘର ସଭ୍ୟ ପବନ କୁଜୁର ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ହକି ପ୍ରତିଯୋଗତା ଅନୁଷ୍ଠିତ ହୋଇଥିଲା। ଏଥିରେ ୩୨ଟି ଦଳ ଅଂଶଗ୍ରହଣ କରିଥିଲେ। ଫାଇନାଲ ମ୍ୟାଚ୍‌ ସୁନ୍ଦରଗଡ଼ ଦଳ ସହିତ ଜିଏମ୍ କ୍ଲବ ପ୍ରଭାଶୁଣି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସୁନ୍ଦରଗଡ଼ ଦଳ ଚାମ୍ପିଅନ ହୋଇଥିଲା। ପ୍ରତିଯୋଗିତାକୁ ଅୟୁତାର କୁଜୁର ଓ ଆଶ୍ଵିନୀ କେରକେଟା ପରିଚାଳନା କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ଵାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେତା ଓ ଉପବିଜେତା ଦଳକୁ ପୁରସ୍କୃତ କରିଥିଲେ। ପ୍ରତିଯୋଗିତା ପରିଚାଳନାରେ ମେରା ଯୁବା ଭାରତର ସ୍ଵେଚ୍ଛାସେବୀ ନରେଶ ସାମଲ ଓ ରୋହିତେଶ୍ବର ଭୋଇଙ୍କ ସମତେ ସଂଘର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସଂସ୍କୃତ ଦିବସ ସପ୍ତାହ ପାଳିତ

    ସଂସ୍କୃତ ଭାଷାର ସୁରକ୍ଷା ଓ ପ୍ରଚାର ଉପରେ ଗୁରୁତ୍ୱାରୋପ ରାଇକିଆ, ୩୧।୮: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ସଂସ୍କୃତ ଦିବସ ସପ୍ତାହ ଉତ୍ସାହ ସହ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟ ପକ୍ଷରୁ ସଂସ୍କୃତ ଭାଷାର ଗୁରୁତ୍ୱ,…

    Continue reading
    ଲଘୁଚାପଜନିତ ବର୍ଷାରେ ରାଇକିଆ ବେହାଲ

    ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ, ଯାତାୟାତ ପ୍ରଭାବିତ ରାଇକିଆ-୩୧-୨୬-କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଲାଗିରହିଛି। କେତେବେଳେ ଝିପିଝିପି ବର୍ଷା ତ ଆଉ କେତେବେଳେ ପ୍ରବଳ ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ