ଶରଣକୁଳ ପୂର୍ବତନ ଆଇଆଇସି ନିଲମ୍ବିତ

ଭୁବନେଶ୍ୱର: ମହିଳାଙ୍କୁ ଦୁଷ୍କର୍ମ ଘଟଣାରେ ନୟାଗଡ଼ ଜିଲା ଶରଣକୁଳ ଥାନାର ପୂର୍ବତନ ଥାନା ଅଧିକାରୀ (ଆଇଆଇସି) ସୁଜିତ କୁମାର ଦାସଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଶ୍ରୀ ଦାସଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ତାଙ୍କ ବିରୋଧରେ କର୍ତ୍ତବ୍ୟରତ ଅବସ୍ଥାରେ ପୁଲିସ ଅଧିକାରୀଙ୍କ ପାଇଁ ନିର୍ଦ୍ଧାରିତ ମାନଦଣ୍ଡ ଓ ଆଚରଣ ବିଧିର ଉଲ୍ଲଙ୍ଘନ କରିଥିବା ନେଇ ଅଭିଯୋଗ ରହିଥିଲା। ନିଜର ଦାୟିତ୍ୱ ତୁଲାଇବାରେ ସେ ଗୁରୁତର ଅବହେଳା ପ୍ରଦର୍ଶନ କରିଥିବା ସରକାରୀ ନିର୍ଦେଶରେ ଉଲ୍ଲେଖ ରହିଛି। ଜନସାଧାରଣଙ୍କ ସେବା ଏବଂ ପ୍ରଶାସନିକ ସ୍ୱଚ୍ଛତାକୁ ଦୃଷ୍ଟିରେ ରଖି ଏହି କଠୋର ପଦକ୍ଷେପ ନିଆଯାଇଥିବା ପୁଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ଶରଣକୁଳ ଥାନା ଅଞ୍ଚଳର ପୀଡ଼ିତାଙ୍କ ପରିବାର ଓ ଗାଁ ମଧ୍ୟରେ ବିବାଦ ଦେଖା ଦେଇଥିଲା। ଏନେଇ ପୀଡ଼ିତା ଓ ତାଙ୍କ ପରିବାର ନାମରେ ଥାନାରେ ମାମଲା ହୋଇଥିଲା। ଥାନା ଅଧିକାରୀ
ସୁଜିତ କୁମାର ଦାସ ମାମଲାରେ ସହଯୋଗ କରିବାକୁ କହି ପୀଡ଼ିତାଙ୍କ ଫୋନ ନମ୍ବର ନେଇଥିଲେ। ପରେ ତାଙ୍କୁ ଭିଡିଓ କଲ, ଅଶ୍ଳୀଳ ମେସେଜ, ଫଟୋ ଓ ଅଶ୍ଳୀଳ କଥା କହିଥିବା ପୀଡ଼ିତା ଅଭିଯୋଗ ଆଣିଥିଲେ। ଏପରିକି, ଥାନାଧିକାରୀ ତାଙ୍କ ଭଡ଼ାଘରକୁ ଡାକି ଦୁଷ୍କର୍ମ କରିଥିବା ପୀଡ଼ିତା ନୟାଗଡ଼ ଏସ୍‌ପିଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଶ୍ରୀ ଦାସ ବର୍ତ୍ତମାନ ନୟାଗଡ଼ ଜିଲା ପୁଲିସ କାର୍ଯ୍ୟାଳୟ (ଡିପିଓ)ରେ ସଂଲଗ୍ନ ଥିଲେ। ନିଲମ୍ବନ ଅବଧିରେ ସେ କଟକସ୍ଥିତ ଆଇ.ଜି (ସିଆର୍‌)ଙ୍କ ପ୍ରତ୍ୟକ୍ଷ ଶୃଙ୍ଖଳାଗତ ନିୟନ୍ତ୍ରଣରେ ରହିବେ।

  • Related Posts

    ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।…

    Continue reading
    ଇଞ୍ଜିନିୟରମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ

    ବିଗତ କିଛିମାସ ଧରି ଭିଜିଲାନ୍ସ ଜାଲରେ ମାଳମାଳ ଇଞ୍ଜିନିୟର ଧରାପଡ଼ିବା ପରେ ରାଜ୍ୟ ସରକାର ଓଡ଼ିଶା ଇଞ୍ଜିନିୟରିଂ ସେବା(ଓଇଏସ) ଓ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବା(ଓଡ଼ିଇଏସ) କ୍ୟାଡ଼ରର ଅଧିକାରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିଛନ୍ତି। ୨୦୧୯ ସେପ୍ଟେମ୍ବର ୨୪ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ