ଶରଧାବାଲି ଦଳାଚକଟା ଘଟଣା; ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର: ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ଶରଧାବାଲିରେ ଦଳାଚକଟା ଘଟଣା । ଦଳାଚକଟା ଘଟଣାରେ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଥିଲା । ଘଟଣାରେ ଗଠିତ କମିଟି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରିପୋର୍ଟ ଦେଇଛି । ଉନ୍ନୟନ କମିସନର ଅନୁ ଗର୍ଗ ନେତୃତ୍ୱରେ ଗଠନ ହୋଇଥିବା କମିଟି ଆଜି ସନ୍ଧ୍ୟାରେ ରିପୋର୍ଟ ଦାଖଲ କରିଛନ୍ତି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଉନ୍ନୟନ କମିସନର ତଥା ତଦନ୍ତ କମିଟି ଅଧ୍ୟକ୍ଷ ଅନୁ ଗର୍ଗ ଏହି ରିପୋର୍ଟ ଦାଖଲ କରିଛନ୍ତି । ତଦନ୍ତ ରିପୋର୍ଟ ଅନୁସାରେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ତେବେ ତଦନ୍ତ ରିପୋର୍ଟରେ କଣ ରହିଛି ତାହା ସ୍ପଷ୍ଟ ହୋଇନାହିଁ ।ଗତ ଜୁନମାସ ୨୯ ତାରିଖ ଭୋର ସମୟରେ ଶରଧାବାଲିରେ ଅଟକି ଥିବା ମହାପ୍ରଭୁଙ୍କ ରଥ ସମ୍ମୁଖରେ ଦଳାଚକଟା ହୋଇଥିଲା । ଏହି ଦୁଃଖଦ ଘଟଣାରେ ୩ ଜଣ ଭକ୍ତଙ୍କର ମୃତ୍ୟୁ ହୋଇଥିଲା । ଅନେକ ‌ଶ୍ରଦ୍ଧାଳୁ ଆହତ ହୋଇଥିଲେ । ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଟିମ ଗଠନ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଉନ୍ନୟନ କମିସନର ଅନୁ ଗର୍ଗଙ୍କ ନେତୃତ୍ବରେ ଏକ ତଦନ୍ତକାରୀ ଟିମ ଗଠନ ହୋଇଥିଲା । କମିଟିରେ ୪ ଜଣ ଓଏଏସ ଅଧିକାରୀଙ୍କୁ ସାମିଲ କରାଯାଇଥିଲା । ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମାନସ ରଞ୍ଜନ ସାମଲ, ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ବିନୟ କୁମାର ଦାଶ, ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ରଶ୍ମି ରଞ୍ଜନ ନାୟକ, ପୁର୍ତ୍ତ ବିଭାଗର ଅତିରିକ୍ତ ସଚିବ ପ୍ରଦୀପ କୁମାର ସାହୁଙ୍କୁ କମିଟିରେ ସାମିଲ କରାଯାଇଥିଲା । ସେମାନେ ନିଜର ଦାଇତ୍ୱ ସହ ତଦନ୍ତରେ ସହଯୋଗ ପାଇଁ ଅପରାହ୍ନ ୩ରୁ ୫ ପର୍ୟ୍ୟନ୍ତ ଉନ୍ନୟନ କମିଶନରଙ୍କ ଅଫିସରେ ଉପସ୍ଥିତ ରହୁଥିଲେ ।ତଦନ୍ତକାରୀ କମିଟି ଅଧ୍ୟକ୍ଷ ଅନୁ ଗର୍ଗ ପୁରୀ ଯାଇ ଘଟଣାର ତଦନ୍ତ କରିବା ସହ ଜନସାଧାରଣଙ୍କ ସହଯୋଗ ଲୋଡ଼ିଥିଲେ । କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଲା, ସେ ସମ୍ପର୍କରେ କୌଣସି ବ୍ୟକ୍ତି କିମ୍ବା ସଂସ୍ଥା କୌଣସି ସୂଚନା, ତଥ୍ୟ କିମ୍ବା ଭିଡିଓ ଫୁଟେଜ ଥିଲେ ଦେବାକୁ ଅନୁରୋଧ କରାଯାଇଥିଲା ।ଏହା ଛଡା ଆଗ୍ରହୀ ବ୍ୟକ୍ତି ଉନ୍ନୟନ କମିଶନର ଭୁବନେଶ୍ବରରେ ଥିବା ରାଜ୍ୟ ଅତିଥି ଭବନରେ ଗତ ୯ ତାରିଖରେ ଅପରାହ୍ନ ୩ ଓ ପୁରୀର ସ୍ପେଶାଲ ସର୍କିଟ ହାଉସରେ ୧୦ ତାରିଖ ୩ ଟାରେ ଭେଟି ତଥ୍ୟ ଦେଇଥିଲେ । ସେହିପରି ଟେଲିଫୋନ ନମ୍ବର ମଧ୍ୟ ଜାରି କରାଯାଇଥିଲା । ଶରଧାବାଲିରେ ଚଳିତ ବର୍ଷ ମହାପ୍ରଭୁଙ୍କୁ ଦର୍ଶନ ସମୟରେ ଦଳାଚକଟାରେ ୩ ଭକ୍ତଙ୍କ ମୃତ୍ୟୁ ଓ ଏକାଧିକ ଭକ୍ତ ଆହତ ହୋଇଥିଲେ ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ