ଶାବଳରେ ପିଟି ପତ୍ନୀଙ୍କୁ ମାରିଲା ସ୍ୱାମୀ

କଟକ: କଟକ ଜିଲ୍ଲା ଚୌଦ୍ବାର ଥାନା ଅନ୍ତର୍ଗତ ଆମ୍ବିଲିଝରିରେ ଶାବଳରେ ପିଟି ପିଟି ୬୨ ବର୍ଷିୟ ପତ୍ନୀଙ୍କୁ ହତ୍ୟା କଲା ୭୨ ବର୍ଷିୟ ସ୍ୱାମୀ । ଘଟଣା ପରେ ୭୨ ବର୍ଷୀୟ ହତ୍ୟାକାରୀ ସୁବର୍ଣ୍ଣ କାଲାକୁ ଗିରଫ କରି ଶାବଳ ଜବତ କଲା ପୋଲିସ ।
ସୂଚନା ମୁତାବକ, ପରକୀୟା ପ୍ରୀତିକୁ ନେଇ ହତ୍ୟାକାଣ୍ଡ । ଆମ୍ୱିଲିଝରିରେ ୭୨ ବର୍ଷିୟ ସୁବର୍ଣ୍ଣ କାଲା ଏବଂ ତାଙ୍କ ପତ୍ନୀ ଏକାଠି ରହୁଥିଲେ । ହେଲେ ପରକୀୟା ପ୍ରୀତିକୁ ନେଇ ହତ୍ୟାକାରୀ ସାଜିଲା ସ୍ୱାମୀ । ଶାବଳରେ ପିଟି ପିଟି ୬୨ ବର୍ଷିୟ ବୃଦ୍ଧଙ୍କୁ ହତ୍ୟା କଲା ସୁବର୍ଣ୍ଣ କାଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଏସ୍‌ସିବିରେ ଭର୍ତ୍ତି କରିଛି ଚୌଦ୍ବାର ଥାନା ପୋଲିସ । ଏହା ସହ ହତ୍ୟାରେ ବ୍ୟବହୃତ ହୋଇଥିବା ଶାବଳ ଜବତ କରି ଅଭିଯୁକ୍ତ ସୁବର୍ଣ୍ଣ କାଲାକୁ ଗିରଫ କରିଛି ପୋଲିସ ।ଘଟଣା ସ୍ଥଳରେ ପୋଲିସ ଏବଂ ଏକ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାର ତଦନ୍ତ ଚଳାଇଛି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ