ଶିମିଳିପାଳ ବୁଲିବା ପାଇଁ ଏଣିକି ଅନଲାଇନ ଟିକେଟ

ବାରିପଦା: ଶିମିଳିପାଳ ଅଭୟାରଣ୍ୟ ବୁଲିବାକୁ ଆସୁଥିବା ପର୍ୟ୍ୟଟକମାନଙ୍କ ପାଇଁ ଫେବ୍ରୁଆରୀ ପହିଲା ଠାରୁ ନୂଆ ନିୟମ। ଯେଉଁ ପର୍ୟ୍ୟଟକ ମାନେ ଶିମିଳିପାଳ ବୁଲିବାକୁ ଯିବା ପାଇଁ ଚାହିଁବେ ସେମାନଙ୍କୁ ଅନଲାଇନରେ ଆବେଦନ କରି ପୂର୍ବରୁ ଅନୁମତି ନେବାକୁ ପଡିବ। ସେମାନଙ୍କୁ ମିଳିଥିବା ତାରିଖ ଅନୁଯାୟୀ ସେମାନେ ଗେଟରେ ପ୍ରବେଶ କରି ପାରିବେ। ପୂର୍ବରୁ ଦିନରେ କେବଳ ବୁଲିବାକୁ ଆସୁଥିବା ପର୍ୟ୍ୟଟକମାନଙ୍କ ପାଇଁ ପିଠାବଟା ଓ ଯଶିପୁର ଠାରୁ ଅଫଲାଇନ ଅନୁମତି ଦିଆଯାଉଥିଲା। ଆସନ୍ତା ଫେବ୍ରୁଆରୀ ପହିଲା ଠାରୁ ପର୍ୟ୍ୟଟକମାନେ ଅନଲାଇନରେ ଆବେଦନ କରି ଶିମିଳିପାଳ ବୁଲି ପାରିବେ। ସେଥିପାଇଁ ଡବ୍ଲୁ ଡବ୍ଲୁ ଡବ୍ଲୁ ଡଟ୍ ଶିମିଳିପାଳ ଡଟ୍ ଓଆରଜି କିମ୍ଵା ଡବ୍ଲୁ ଡବ୍ଲୁ ଡବ୍ଲୁ ଡଟ୍ ଇକୋଟୁରଓଡିଶା ଡଟ୍ କମ୍ ପୋର୍ଟାଲରେ ଆବେଦନ କରିପାରିବେ ବୋଲି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ