ଶିଳ୍ପ ବିକାଶ ପାଇଁ ଓଡ଼ିଶାରେ ରହିଛି ଅପାର ସୁଯୋଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି କନକ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀ ସମ୍ବୋଧିକ କରି ପ୍ରକହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର ସୁଯୋଗ ରହିଛି। ବିଦେଶ ଗସ୍ତ କରି ନିବେଶକଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ କରିଛି। ଏହାର ସୁଫଳ ଆଜି ମିଳିବାକୁ ଯାଉଛି। ସିଙ୍ଗିଲ ୱିଣ୍ଡୋ ମଞ୍ଜୁରୀ ଜରିଆରେ ପ୍ରତିବନ୍ଧକ ଦୂର କରିଛୁ। ମୁଁ ଆପଣଙ୍କୁ ପୁଞ୍ଜି ନିବେଶ ପାଇଁ ଆମନ୍ତ୍ରଣ କରୁଛି। ପ୍ରଧାନମନ୍ତ୍ରୀ ଭାରତକୁ ୩ୟ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର କରିବାକୁ ଚାହୁଁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନରେ ଆମେ ମଧ୍ୟ ସାମିଲ ହେବାକୁ ଯାଉଛୁ।

ଏହି କାର୍ୟ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ଅଛନ୍ତି। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ବ୍ୟବସାୟୀ ଉପସ୍ଥିତ ଅଛନ୍ତି।

ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି। ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ଭାଜପା ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୧୨ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ଓଡ଼ିଶା, ପଞ୍ଜାବ ଏବଂ ଆନ୍ଧ୍ରପ୍ରଦେଶରେ ୪୬୦୦ କୋଟି ଟଙ୍କା ବ୍ୟୟରେ ୪ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍‌କୁ ଅନୁମୋଦନ ମିଳିଛି, ଯାହାକୁ ସ୍ୱାଗତ କରିଛନ୍ତି…

    Continue reading
    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ଭୁବନେଶ୍ୱର,୧୨।୮: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ