ଶିଳ୍ପ ବିକାଶ ପାଇଁ ଓଡ଼ିଶାରେ ରହିଛି ଅପାର ସୁଯୋଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି କନକ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀ ସମ୍ବୋଧିକ କରି ପ୍ରକହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର ସୁଯୋଗ ରହିଛି। ବିଦେଶ ଗସ୍ତ କରି ନିବେଶକଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ କରିଛି। ଏହାର ସୁଫଳ ଆଜି ମିଳିବାକୁ ଯାଉଛି। ସିଙ୍ଗିଲ ୱିଣ୍ଡୋ ମଞ୍ଜୁରୀ ଜରିଆରେ ପ୍ରତିବନ୍ଧକ ଦୂର କରିଛୁ। ମୁଁ ଆପଣଙ୍କୁ ପୁଞ୍ଜି ନିବେଶ ପାଇଁ ଆମନ୍ତ୍ରଣ କରୁଛି। ପ୍ରଧାନମନ୍ତ୍ରୀ ଭାରତକୁ ୩ୟ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର କରିବାକୁ ଚାହୁଁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନରେ ଆମେ ମଧ୍ୟ ସାମିଲ ହେବାକୁ ଯାଉଛୁ।

ଏହି କାର୍ୟ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ଅଛନ୍ତି। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ବ୍ୟବସାୟୀ ଉପସ୍ଥିତ ଅଛନ୍ତି।

ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି। ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ଭାଜପା ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ