ଶିଶୁଙ୍କୁ ସଠିକ୍ ଶିକ୍ଷା ଏବଂ ଦକ୍ଷତାକୁ ଦିଆଯିବ ଅଗ୍ରାଧିକାର : ଧର୍ମେନ୍ଦ୍ର

ବାରିପଦା: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିଛନ୍ତି। ଏହି ଅବସରରେ ବାରିପଦା ସ୍ଥିତ ଶହୀଦ ସ୍ମୃତି ଭବନରେ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସହ ଜିଲ୍ଲାରେ କାର୍ୟ୍ୟକାରୀ ହେଉଥିବା ବିଭିନ୍ନ ସରକାରୀ ଯୋଜନାର ଅଗ୍ରଗତି ବିଷୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମୀକ୍ଷା କରିଛନ୍ତି ।ଉକ୍ତ ବୈଠକରେ ନବଜାତ ଶିଶୁମାନଙ୍କର ଉପଯୁକ୍ତ ପୋଷଣ ସହ ସେମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଶିକ୍ଷା ଓ ଦକ୍ଷତା ବିକାଶ ଉପରେ ଚର୍ଚ୍ଚା ହୋଇଛି । ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ଉପରେ ଏକ ବିବରଣୀ ଉପସ୍ଥାପନ କରାଯାଇଥିଲା । ବୈଠକ ପରେ ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାର ଶିକ୍ଷାକୁ ଆଗେଇ ନେବାରେ ମୟୂରଭଞ୍ଜ ଜିଲ୍ଲାର ଅବଦାନ ଅତୁଳନୀୟ । ମୟୂରଭଞ୍ଜରେ ଅନେକ ଗୁଣାତ୍ମକ ଶିକ୍ଷାନୁଷ୍ଠାନ ଅଛି । ଏହି ଜିଲ୍ଲାର ବିକାଶ ନ ହେଲେ ‘ବିକଶିତ ଓଡ଼ିଶା’ ଏବଂ ‘ବିକଶିତ ଭାରତ’ର ସ୍ୱପ୍ନ ସମ୍ଭବ ହୋଇପାରିବ ନାହିଁ । ବୈଠକରେ ନବଜାତ ଶିଶୁଙ୍କ ପୋଷଣ ଠାରୁ ଆରମ୍ଭ କରି ସେମାନେ ଦ୍ୱାଦଶ ଶ୍ରେଣୀରେ ପଢିବା ପର୍ୟ୍ୟନ୍ତ ସେମାନଙ୍କୁ କିପରି ଗୁଣାତ୍ମକ ଶିକ୍ଷା ମିଳିବ, ଦକ୍ଷତା ବୃଦ୍ଧି ହୋଇପାରିବ, ସ୍ୱାସ୍ଥ୍ୟ ଠିକ୍ ରହିବ, ତାହା ଉପରେ ଚର୍ଚ୍ଚା ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ କାପାସିଟି ବିଲଡିଂ ବଢାଇବା ଆବଶ୍ୟକ । ସାକ୍ଷରତା ହାର ବୃଦ୍ଧି କରିବା ସହ ସ୍କୁଲରୁ ଉଚ୍ଚ ଶିକ୍ଷା ପର୍ୟ୍ୟନ୍ତ ଶିକ୍ଷାର ଗୁଣାତ୍ମକ ମାନକୁ ବଢାଇବା ଦିଗରେ ଯୋଜନା କରାଯିବ ବୋଲି ସେ ମତପ୍ରକାଶ କରିଥିଲେ । ଏହି ସମୀକ୍ଷା ବୈଠକରେ ଓଡ଼ିଶାର ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଲୋକସଭା ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସାଂସଦ ମମତା ମହନ୍ତ, ମୟୂରଭଞ୍ଜ ଜିଲ୍ଲାର ସମସ୍ତ ବିଧାୟକଙ୍କ ସହ ଜିଲ୍ଲାର ସମସ୍ତ ବିଭାଗର ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।
ମୟୂରଭଞ୍ଜ ଜିଲ୍ଲା ବାରିପଦା ଗସ୍ତକାଳରେ ଶ୍ରୀ ପ୍ରଧାନ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ବାରିପଦାରେ ‘ମୟୂରଭଞ୍ଜ ଆଥଲେଟିକ୍ ଆସୋସିଏସନ’ର ପ୍ରଶାସନିକ ଭବନ ଉଦଘାଟନ, ବାରିପଦା ଛଉ ପେଣ୍ଡାଲ ପ୍ରକଳ୍ପ ଓ ବାରିପଦାରେ ଜୁବୁଲି ପାର୍କ ଓ ଝିଞ୍ଜିରୀ ବନ୍ଧର ପୁନଃ ନବୀକରଣ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ।

  • Related Posts

    ଆଜି ସରିବ ମାଟ୍ରିକ୍ ସବଜେକ୍ଟିଭ୍ ପରୀକ୍ଷାର ଉତ୍ତର ଖାତା ଦେଖା

    କଟକ : ଆଜି ସରିବ ମାଟ୍ରିକ୍ ସବଜେକ୍ଟିଭ୍ ପରୀକ୍ଷାର ଉତ୍ତର ଖାତା ଦେଖା । ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି । ମାଟ୍ରିକ୍ ସହ ଆରମ୍ଭ ହୋଇଥିବା ଏସ୍ଓଏସି…

    Continue reading
    ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ୫ ଡଙ୍ଗା

    ପୁରୀ : ଆସନ୍ତା ୨୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନ ଠାରୁ ଆରମ୍ଭ ହେବ ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା। ନରେନ୍ଦ୍ର ସରୋବରରେ ନନ୍ଦା ଓ ଭଦ୍ରା ଚାପରେ ନୌକାବିହାର କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମାଙ୍କ ସହ ଭୂଦେବୀ, ଶ୍ରୀଦେବୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ