ଶିଶୁବାଟିକାରେ ମିଶିବ ଅଙ୍ଗନବାଡ଼ି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଓଡ଼ିଆ ପକ୍ଷ ପାଳନ ଅବସରରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ପର୍ବ ଆୟୋଜିତ ହୋଇଛି । ଏହି ଅବସରର ରାଜଭବନ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି । କୁନି କୁନି ପିଲାଙ୍କ ସହ ଭାବ ବିନିମୟ କରିବା ସହ ଖଡ଼ିଛୁଆଁଇଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବ ବର୍ଷ ମଧ୍ୟ ଏଭଳି ଏକ ଭବ୍ୟ କାର୍ୟ୍ୟକ୍ରମ ଆୟୋଜନ ହୋଇଥିଲା । ଚଳିତ ବର୍ଷ ପିଲାମାନଙ୍କ ସହ ଅଭିଭାବକ ମାନେ ମଧ୍ୟ ସାମିଲ ହେବେ । ଏହା ସହ ଶିକ୍ଷା ସଚେତନତା ରଥ ମଧ୍ୟ ଜିଲ୍ଲାରୁ ଜିଲ୍ଲା ଗଡିବ। ଏହି ରଥ ୬ ତାରିଖରୁ ୧୦ ତାରିଖ ଯାଏ ଗଡିବ । ଏହି ଉତ୍ସବକୁ ସମସ୍ତ ଜିଲ୍ଲାରେ ୬ ରୁ ୮ ଏପ୍ରିଲ ଯାଏଁ ପାଳନ କରାଯିବ । ଏହି ଉତ୍ସବରେ ଛାତ୍ରଛାତ୍ରୀ, ଅଭିଭାବକ, ନିର୍ବାଚିତ ପ୍ରତିନିଧ, ବରିଷ୍ଠ ଅଧିକାରୀ, ନାଗରିକ ସମାଜ ଭାଗ ନେବେ । ତେବେ ମୁଖ୍ୟମନ୍ତ୍ରୀଙ୍କ ସମେତ କାର୍ୟ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ବିଭାଗୀୟ ସଚିବ ଯୋଗଦେଇଥିଲେ ।

ଅନ୍ୟପଟେ ରାଜ୍ୟରେ ଶିଶୁବାଟିକାରେ ପର୍ୟ୍ୟାୟ କ୍ରମେ ମିଶିବ ସମସ୍ତ ଅଙ୍ଗନବାଡ଼ି। ଖଡ଼ିଛୁଆଁ ଉତ୍ସବରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ଶିଶୁବାଟିକାରୁ ପ୍ରାଥମିକ ଶିକ୍ଷା ଗୋଟିଏ ଛାତ ତଳେ ରହିବ। ପ୍ରାଥମିକ ଶିକ୍ଷାକୁ ଦୃଢ଼ କରିବାକୁ ପ୍ରତି ଗାଁରେ ମଡେଲ୍‌ ସ୍କୁଲ ହେବ। ୫ ଏକର ଜାଗାରେ ଗୋଦାବରୀଶ ମିଶ୍ର ପ୍ରାଥମିକ ସ୍କୁଲ ନିର୍ମାଣ ହେବ। ୬ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ