ଶିଶୁମାନଙ୍କୁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାର ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁମାନଙ୍କୁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ବୃଦ୍ଧି କରିଛନ୍ତି । ଅଣ୍ଡା ଦର ୫ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ୍ସରେ ଉଲ୍ଲେଖ କରିଛନ୍ତି । କୋମଳମତି ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏହାଦ୍ୱାରା ରାଜ୍ୟ ସରକାର ବର୍ଷକୁ ଅଧିକ ୧୭୫.୧୪ କୋଟି ଟଙ୍କା ଖର୍ଚ୍ଚ କରିବେ । ଅଣ୍ଡା ଦର ବୃଦ୍ଧି ପାଇଁ ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଅଙ୍ଗନବାଡ଼ି କେନ୍ଦ୍ରରେ ଦିଆଯାଉଥିବା ଅଣ୍ଡା ଦର ବଢ଼ାଇବାକୁ ପୂର୍ବରୁ ଦାବି ହୋଇଆସୁଥିଲା ।

  • Related Posts

    ନୂଆଦିଲ୍ଲୀରେ ଓଡ଼ିଶା ଫୁଡ୍ ପ୍ରୋ-୨୦୨୬ ; ୪୩,୪୩୭ କୋଟିର ନିବେଶ ପ୍ରସ୍ତାବ

    ନୂଆଦିଲ୍ଲୀ/ଭୁବନେଶ୍ୱର : ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ହେଉଛି ଆମର କୃଷକଙ୍କ ସମୃଦ୍ଧି, ଗ୍ରାମାଞ୍ଚଳର ରୂପାନ୍ତର ଏବଂ ଓଡ଼ିଶାର ଶିଳ୍ପ ଭବିଷ୍ୟତ ମଧ୍ୟରେ ଏକ ସେତୁ। ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଭାରତର ପସନ୍ଦଯୋଗ୍ୟ ଲକ୍ଷ୍ୟ ସ୍ଥଳ ହେବାକୁ ଓଡ଼ିଶା ପ୍ରସ୍ତୁତ ରହିଛି। ଏହି…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ