ଶିଶୁ ଓ ମହିଳାଙ୍କ ସ୍ବାସ୍ଥ୍ୟରେ ସାଲିସ୍ ନାହିଁ :ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ୟ୍ୟକ୍ରମର ସମୀକ୍ଷା କରିଛନ୍ତି । ଅପପୁଷ୍ଟି ରୋକିବା ପାଇଁ ବିଭାଗ ପକ୍ଷରୁ ଦିଆଯାଉଥିବା ଖାଦ୍ୟ ବିଶେଷ କରି ଛତୁଆ ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାକୁ ଆହୁରି ବ୍ୟବସ୍ଥିତ କରିବା ପାଇଁ ଉପଯୁକ୍ତ ତଦାରଖ କରିବା ଉପରେ ଗୁରୁତ୍ବାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ । ଛତୁଆର ପ୍ରସ୍ତୁତିଠାରୁ ଆରମ୍ଭ କରି ପ୍ୟାକେଜିଙ୍ଗ, ବଣ୍ଟନ ପର୍ୟ୍ୟନ୍ତ ପୂରା ବ୍ୟବସ୍ଥାରେ ବ୍ୟାପକ ଉନ୍ନତି ଆଣିବାର ଆବଶ୍ୟକତା ରହିଛି ବୋଲି ମତ ଦେଇଥିଲେ । ଶିଶୁ ଓ ମହିଳାଙ୍କ ସ୍ବାସ୍ଥ୍ୟ ସହିତ କୌଣସି ପରିସ୍ଥିତିରେ ସାଲିସ୍ କରାଯାଇ ପାରିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁ ସବୁ ଜାଗାରେ ଅଙ୍ଗନବାଡ଼ି କେନ୍ଦ୍ରର ନିଜସ୍ବ ଘର ନାହିଁ, ସେସବୁ ଜାଗାରେ ନିଜସ୍ବ ଗୃହ ନିର୍ମାଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ । ବୈଠକରେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ