
ଦେବଗଡ: ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି।ନୂଆବାଲିରଇସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ସଚେତନତା ରଥକୁ ଜିଲ୍ଲାପାଳ କବିନ୍ଦ୍ର ସାହୁ,ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର ଓ ଜିଲ୍ଲା ଶ୍ରମ ଅଧିକାରୀ ପଦ୍ମାବତୀ ମାରାଣ୍ଡି ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଉକ୍ତ ରଥ ସହର ଓ ବ୍ଲକର ସମସ୍ତ ପଞ୍ଚାୟତ ପରିକ୍ରମା କରି ଲୋକମାନଙ୍କୁ
ସଚେତନ କରିବ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର ପୁହାଣ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନୀ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରତୀ ପ୍ରଧାନ,ଡିଆଇପିଆରଓ ମନୋରଞ୍ଜନ ସୂତାରଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


