ଶୀଘ୍ର ଓଡ଼ିଶା କଂଗ୍ରେସର ବିଭିନ୍ନ ଜିଲ୍ଲାକୁ ମିଳିବ ନୂଆ ଜିଲ୍ଲା ସଭାପତି

ଭୁବନେଶ୍ୱର: ଶୀଘ୍ର ଓଡ଼ିଶା କଂଗ୍ରେସର ବିଭିନ୍ନ ଜିଲ୍ଲାକୁ ମିଳିବ ନୂଆ ଜିଲ୍ଲା ସଭାପତି । ଏଥିପାଇଁ ଆଜିଠୁ “ସଙ୍ଗଠନ ସୃଜନ ଅଭିଯାନ’ ପ୍ରକ୍ରିୟା ଆରମ୍ଭ ହେବ । ଏହି ପ୍ରକ୍ରିୟା ସରିବା ପରେ ରାଜ୍ୟରେ କଂଗ୍ରେସର ଥିବା ୩୫ଟି ସାଙ୍ଗଠନିକ ଜିଲ୍ଲାରେ ନୂଆ ସଭାପତି ଦାୟିତ୍ୱ ନେବେ । କଂଗ୍ରେସ ସାଙ୍ଗଠନିକ ଜିଲ୍ଲା ସଭାପତି ଚୟନ ନେଇ ଏଆଇସିସି ପକ୍ଷରୁ ନିଯୁକ୍ତ ଦୁଇଜଣ ପର୍ୟ୍ୟବେକ୍ଷକ ରବିବାର ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି । ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲା ସଭାପତି ଚୟନ ନେଇ ଏଆଇସିସି ପର୍ୟ୍ୟବେକ୍ଷକ ସାଂସଦ ଶ୍ରେୟାଶ ଏମ୍‌ ପଟେଲ ଓ ଏଆଇସିସି ସମ୍ପାଦକ ଗୋପୀନାଥ ପାଲାନୀୟାପନ୍‌ ଆସିଛନ୍ତି । ଉଭୟ ଏଆଇସିସି ପର୍ୟ୍ୟବେକ୍ଷକଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ଉଚ୍ଛ୍ୱସିତ ସ୍ୱାଗତ ଜଣାଇବା ସହ ଏହି ଜିଲ୍ଲାରେ କିପରି ସଭାପତି ଚୟନ ପ୍ରକ୍ରିୟା ସୁରୁଖୁରୁରେ ହୋଇପାରିବ, ସେଥିପ୍ରତି ଦୃଷ୍ଟି ଦେବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ ଅନୁରୋଧ କରିଛନ୍ତି । ସୋମବାର ଠାରୁ ସେମାନେ ସମ୍ପୃକ୍ତ ଜିଲ୍ଲା ଗସ୍ତ କରି ତୃଣମୂଳ ସ୍ତରର କଂଗ୍ରେସ କର୍ମୀଙ୍କଠୁଁ ଆରମ୍ଭ କରି ବରିଷ୍ଠ ନେତା ଏବଂ ବିଭିନ୍ନ ଜିଲ୍ଲା ପଦାଧିକାରୀଙ୍କ ସହ ଆଲୋଚନା କରିବେ । ଜିଲ୍ଲା ସଭାପତି ଚୟନ ନେଇ ଏସ୍‌ଟି, ଏସ୍‌ସି, ଓବିସି, ମହିଳା, ଯୁବ ଏହିପରି ସମସ୍ତ ବର୍ଗରୁ ୬ ଜଣଙ୍କ ନାମ ଯେପରି ରହିବ ସେମାନେ ସ୍ୱତନ୍ତ୍ର ଦୃଷ୍ଟି ଦେବେ । ଏଆଇସିସି ପର୍ୟ୍ୟବେକ୍ଷକଙ୍କ ଦ୍ୱାରା ଏକ ଗ୍ରାଉଣ୍ଡ ରିପୋର୍ଟ ଏଆଇସିସିରେ ଦାଖଲ କରାଯିବା ପରେ ଜିଲ୍ଲାର ୪ ଜଣଙ୍କୁ ଡିସିସି ସଭାପତି ଭାବେ ଚୟନ କରାଯିବ । ଏହି ପ୍ରକ୍ରିୟା ଆସନ୍ତା ୧୪ ତାରିଖ ମଧ୍ୟରେ ସରିବ ବୋଲି ପିସିସି ସଭାପତି ଶ୍ରୀ ଦାସ ସୂଚନା ଦେଇଛନ୍ତି ।ସୋମବାର ମଧ୍ୟ ଆଉ କିଛି ଜଣ ପର୍ୟ୍ୟବେକ୍ଷକ ଓଡ଼ିଶା ଗସ୍ତରେ ଆସି ପହଞ୍ଚିବେ ବୋଲି ପିସିସି ଗଣମାଧ୍ୟମ ବିଭାଗ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।

  • Related Posts

    ଟ୍ରମ୍ପଙ୍କ ‘ଷଡ଼ଯନ୍ତ୍ର’ ଅଭିଯୋଗ ଖଣ୍ଡନ କଲା ରୁଷ

    ବେଜିଂ,04/09: ରୁଷର କ୍ରେମଲିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଭିଯୋଗକୁ ଖଣ୍ଡନ କରିଛି। ଟ୍ରମ୍ପ ଦାବି କରିଥିଲେ ଯେ ରୁଷ, ଚୀନ ଓ ଉତ୍ତର କୋରିଆ ଆମେରିକା ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। କ୍ରେମଲିନ କହିଛି, ଏପରି କୌଣସି ଯୋଜନା ନାହିଁ। ଚୀନରେ…

    Continue reading
    ଆମ ଦଳର କୌଣସି ନେତା ପ୍ରଧାନମନ୍ତ୍ରୀଙ୍କ ମା’ଙ୍କୁ ଅସମ୍ମାନ କରି ନାହାନ୍ତି: କଂଗ୍ରେସ

    ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ଙ୍କୁ କଟୁ ଶବ୍ଦ ନେଇ ରାଜନୀତି ଜୋର ଧରିଛି। ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ବୟାନକୁ କଂଗ୍ରେସ କାଉଣ୍ଟର କରିଛି। କଂଗ୍ରେସ ମୁଖପାତ୍ର ସୋନାଲି ସାହୁ କହିଛନ୍ତି, ଆମ ଦଳର କୌଣସି ନେତା ପ୍ରଧାନମନ୍ତ୍ରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର