ଶୀତରେ ବ୍ରେକ ଦେଇଛି ବର୍ଷା

ଭୁବନେଶ୍ବର: ଶୀତରେ ବ୍ରେକ ଦେଇଛି ବର୍ଷା । ଡିସେମ୍ବର ମାସ ୯ ତାରିଖ ହେଲାଣି କିନ୍ତୁ ଚଳିତ ବର୍ଷ ଶୀତ ନାହିଁ । ସବୁ ବର୍ଷ ଏହି ସମୟରେ ରାଜ୍ୟରେ ଶୀତ ଲହରୀ ଅନୁଭୂତ ହୋଇଥାଏ । କିନ୍ତୁ ବଙ୍ଗୋପସାଗରରେ ବାରମ୍ବାର ସିଷ୍ଟମ ପାଇଁ ଏ ବର୍ଷ ହାଡଭଙ୍ଗା ଜାଡ ଛାଡନ୍ତୁ ସାମାନ୍ୟ ଶୀତ ବି ନାହିଁ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଏବେ ସ୍ବାଭାବିକ ତୁଳନାରେ ୨ ରୁ ୩ ଡିଗ୍ରୀ ଉପରେ ରହୁଛି ପାରଦ । ଫଳରେ ଶୀତ ଦିନରେ ବି ଫ୍ୟାନ ତଳେ ଶୋଇବାକୁ ବାଧ୍ୟ ହେଉଛନ୍ତି ଲୋକେ।

ସେପଟେ ଆସନ୍ତା ୩ ରୁ ୪ ଦିନ ପର୍ୟ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ଦୁଇଦିନ ପରେ ସର୍ବାଧିକ ତାପମାତ୍ରାରେ ହ୍ରାସ ଘଟିବ । ବିଶେଷ କରି ୨ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା କମିବ । କିନ୍ତୁ ଶୀତ ବେଶି ହେବ ନାହିଁ । ଏହାସହ ଆସନ୍ତା ୨୪ ଘଂଟାରେ ନୟାଗଡ ଜଗତସିଂହପୁର, କେନ୍ଦ୍ରାପଡା ,ଭଦ୍ରକ,ପୁରୀ,ଗଂଜାମ, ଖୋର୍ଦ୍ଧା, କୋରାପୁଟ, କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା ଓ କେନ୍ଦୁଝରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ପ୍ରଭାବରେ ବାୟୁମଣ୍ଡ ରେ ଜଳୀୟବାଷ୍ପ ପରିମାଣ ଅଧିକ ରହୁଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ ରେ ସାମାନ୍ୟ ରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ