ଶୀତ ଅଧିବେଶନ: ୨୫ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ବିଧାନସଭାର ଶୀତ ଅଧିବେଶନକୁ ଦୃଷ୍ଟିରେ ରଖି ବାଚସ୍ପତି ସୁରମା ପାଢ଼ୀ ଆସନ୍ତା ୨୫ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି । ଆସନ୍ତା ୨୬ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଛି ଓ ପ୍ରଥମଦିନରେ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହେବ ।

ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭା ଅଧିବେଶନ ପାଇଁ ବାଚସ୍ପତି ୨୫ତାରିଖ ସୋମବାର ସର୍ବଦଳୀୟ ବୈଠକ ଡାକିଛନ୍ତି । ଏହି ଅଧିବେଶନରେ ବିଭିନ୍ନ ବିଲ୍ ଉପସ୍ଥାପନ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜ୍ୟର ଲୋକଙ୍କ କଲ୍ୟାଣ ପାଇଁ ଉଦ୍ଦିଷ୍ଟ ସମସ୍ତ ବିଲ୍ ସୁରୁଖୁରୁରେ ପାରିତ ହେଉ ବୋଲି ଚାହିଁଛନ୍ତି । ଶୀତ ଅଧିବେଶନ ସମ୍ପର୍କରେ କ୍ୟାବିନେଟ୍ ସହଯୋଗ ଓ ବିଜେପି ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ବିଲ୍ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି । ବିଧାନସଭା ଅଧିବେଶନବେଳେ ବିରୋଧୀ ଦଳ ଯେକୌଣସି ପ୍ରସଙ୍ଗ ଉଠାଇବେ ତାହା ଉପରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ସେ କହିଛନ୍ତି ।

  • Related Posts

    ବନ୍ଦକୁ ଜନସମର୍ଥନ ମିଳିଛି : ଭକ୍ତ

    ଭୁବନେଶ୍ୱର, ୮ ।୧୦ : ଚାରିଟି ଗୁରୁତ୍ୱପୂର୍ଣ ଦାବିକୁ ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡିଶା ବନ୍ଦ ଡାକରାକୁ ଜନସମର୍ଥନ ମିଳିଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି । ଏହି ଅବସରରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର…

    Continue reading
    ପଶ୍ଚିମ ଓଡ଼ିଶାରେ ରାସ୍ତାରୋକ ଏବଂ ପିକେଟିଂ, ଲୋକେ ହନ୍ତସନ୍ତ

    ସମ୍ବଲପୁର/ଝାରସୁଗୁଡ଼ା/ନୂଆପଡ଼ା: INDIA ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦର ପ୍ରଭାବ ପଶ୍ଚିମ ଓଡ଼ିଶା ଜିଲ୍ଲାମାନଙ୍କରେ ପଡ଼ିଛି । ରାସ୍ତା ଅବରୋଧ ଓ ପିକେଟିଂ ଯୋଗୁଁ ବସ୍‌, ଟ୍ରକ୍‌, ଅଟୋ ସମେତ ଅନେକ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି । ବଜାର ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ