ଶୀତ: କ୍ରମାଗତ ହ୍ରାସ ପାଉଛି ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ବିଶେଷ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରାସ ପାଉଥିବାରୁ ଥଣ୍ଡା ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ରାଜ୍ୟର ଦୁଇଟି ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ତଳକୁ ଖସି ଆସିଛି।ପାଣିପାଗ ବିଭାଗର ରେକର୍ଡ ଅନୁଯାୟୀ, ଜି. ଉଦୟଗିରିରେ ୧୪.୨ ଡିଗ୍ରୀ ରହିଛି। ଯାହାକି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ରେକର୍ଡ କରାଯାଇଛି। ଏହାର ପଛକୁ ନବରଙ୍ଗପୁରରେ ସର୍ବନିମ୍ନ ତାପମାତ୍ରା ୧୪.୬ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ‘ଓଡ଼ିଶାର କଶ୍ମୀର’ କୁହାଯାଉଥିବା ଦାରିଙ୍ଗବାଡ଼ି ଏବଂ କୋରାପୁଟରେ ପାରଦ ୧୫ ଡିଗ୍ରୀ ରହିଛି।ଅନ୍ୟ ପ୍ରମୁଖ ସହରଗୁଡ଼ିକ ମଧ୍ୟରେ ଭବାନୀପାଟଣାରେ ୧୫.୫ ଡିଗ୍ରୀ, ରାଉରକେଲାରେ ୧୫.୭ ଡିଗ୍ରୀ, ବଲାଙ୍ଗୀରରେ ୧୬ ଡିଗ୍ରୀ ଏବଂ ସୋନପୁରରେ ୧୬.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ସନ୍ଧ୍ୟା ହେବା ମାତ୍ରେ ଥଣ୍ଡା ପବନ ବହିବା ସହ ଘନ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି, ଯାହା ଫଳରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଛି।

ଅନ୍ୟପକ୍ଷରେ, ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢ଼ୁଥିବା ବେଳେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଥଣ୍ଡାର ପ୍ରଭାବ ସାମାନ୍ୟ କମିଛି। ସାମୁଦ୍ରିକ ବାୟୁର ପ୍ରଭାବ ଯୋଗୁ କଟକ ଓ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ୨୦ ଡିଗ୍ରୀ ସେଲସିୟସ ଉପରେ ରହିଛି। ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

  • Related Posts

    ବୈତରଣୀରେ ବୁଡ଼ିଗଲେ ସ୍ବାମୀ-ସ୍ତ୍ରୀ

    କଳିଙ୍ଗନଗର: ଯାଜପୁର ବରାହନାଥ ନିକଟ ବୈତରଣୀ ନଦୀରେ ଦୁଇ ପର୍ଯ୍ୟଟକ ଗାଧୋଉଥିବା ବେଳେ ବୁଡ଼ିଯାଇଛନ୍ତି ସ୍ବାମୀ-ସ୍ତ୍ରୀ। ଖବର ପାଇ ଅଗ୍ନିଶମ ବାହିନୀ ଉଭୟଙ୍କୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଛି। ମୃତ…

    Continue reading
    ବାଘ ଶିକାର ଯୋଜନା ପଣ୍ଡ, ୨ ଶିକାରୀ ଗିରଫ

    ସମ୍ବଲପୁର: ଡେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟରେ କଲରାପତରିଆ ବାଘ ଶିକାର ପାଇଁ ଯୋଜନା କରିଥିବା ୨ ଜଣ ଶିକାରୀ ରାଉତପଡା ଗାଁ ର ଘନଶ୍ୟାମ ମିର୍ଦ୍ଧା (୪୦) ଏବଂ ସୁ ପ୍ରସାଦ ସୁଇ (୪୮) ଙ୍କୁ ବନ ବିଭାଗ ଗିରଫ କରିଛି। ଡେବ୍ରିଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି