ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ନବମ ଶେଣ୍ରୀର ଛାତ୍ରୀର ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଟୁଇଟ୍‌ କରି ମୋହନ ମାଝୀ କହିଛନ୍ତି, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।
ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଆଜି ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ହୋଇଯାଇଛି। ଅବସ୍ଥା ଗୁରୁତର ଥିବାରୁ ଗତ ଜୁଲାଇ ୨୦ ତାରିଖରେ ତାଙ୍କୁ ଭୁବନେଶ୍ୱରରୁ ଦିଲ୍ଲୀକୁ ଏୟାର ଲିଫ୍ଟ କରାଯାଇଥିଲା। ଭୁବନେଶ୍ୱରର ଏମ୍‌ସରୁ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ନିଆଯାଇଥିଲା।

ଆସନ୍ତାକାଲି ଦିଲ୍ଲୀ ଏମ୍‌ସରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯିବ। ଶବ ବ୍ୟବଚ୍ଛେଦ ପରେ ତାଙ୍କ ମୃତଦେହକୁ ଓଡ଼ିଶା ଅଣାଯିବ ବୋଲି ସୂଚନା ମିଳିଛି।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ