ଶୋକ ପ୍ରସ୍ତାବ ପରେ କମ୍ପିଲା ଗୃହ

ଭୁବନେଶ୍ୱର: ବୁଧବାର ଆରମ୍ଭ ହୋଇଛି ଶୀତ ଅଧିବେଶନ। ଡିସେମ୍ବର ୩୧ ପର୍ୟ୍ୟନ୍ତ ଏହା ଚାଲିବ। ଶୀତ ଅଧିବେଶନରେ ମୋଟ ୩୩ଟି କାର୍ୟ୍ୟଦିବସ ରହିଛି। ଆରମ୍ଭରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଅର୍ଣ୍ଣବଜନିତ ଭୂସ୍ଖଳନରେ ମୃତକଙ୍କ ପରିବାର ପାଇଁ ସମବେଦନା ଜଣାଇଥିଲେ ମୁଖ୍ୟମନ୍ତ୍ରୀ। ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ଶୋକବ୍ୟକ୍ତ କରିଥିଲେ।
ଠିକ୍‌ ଗୃହକାର୍ୟ୍ୟ ଆରମ୍ଭ ହେବା ପରେ ପରେ ବିରୋଧୀଗୃହ ମଧ୍ୟରେ ହୋ-ହଲ୍ଲା କରିଥିଲେ। ପ୍ରଶ୍ନକାଳରେ ହଟ୍ଟଗୋଳ ଦେଖିବାକୁ ମିଳିଛି। ବିରୋଧୀ ସଦସ୍ୟମାନେ ହାତରେ ପ୍ଲାକାର୍ଡ ଧରି ନାରାବାଜି କରିଥିଲେ। ଯୋଗାଣ ମନ୍ତ୍ରୀ ଉତ୍ତର ରଖିବା ସମୟରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି। ବିଜେଡି ବନ୍ୟା ମୁକାବିଲାରେ ସରକାର ଫେଲ୍‌ କରିବା ପ୍ରସଙ୍ଗ ଉଠାଇଥିବାବେଳେ କୋଟିଆ ପ୍ରସଙ୍ଗରେ ଗୃହର ମଧ୍ୟଭାଗରେ କଂଗ୍ରେସ ପ୍ରତିବାଦ କରିଥିଲା।

  • Related Posts

    ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ

    ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଆସିଛି ଅତିରିକ୍ତ ବଜେଟ୍। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ କରିଛନ୍ତି। ଅତିରିକ୍ତ ବଜେଟରେ କୃଷି ଓ କୃଷକଙ୍କ କଲ୍ୟାଣ…

    Continue reading
    ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ଆର୍‌ଡିସି

    ଇନ୍ଦ୍ରଗଡ଼ ପଞ୍ଚାୟତ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକରେ ବାତ୍ୟା ‘ଅର୍ଣ୍ଣବ’ ଯୋଗୁଁ ଘଟିଥିବା ବ୍ୟାପକ କ୍ଷୟକ୍ଷତି ଏବଂ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସହ ଆଗାମୀ ବାତ୍ୟା ଆକଭନ ର ପ୍ରସ୍ତୁତ ସମ୍ପର୍କରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !