ଶ୍ରୀଜଗନ୍ନାଥଙ୍କ ନାମରେ ସ୍ୱତନ୍ତ୍ର ଚ୍ୟାନେଲ ଗଠନ ନେଇ ଆଲୋଚନା

ଭୁବନେଶ୍ୱର: ସବୁ ଓଡ଼ିଆଙ୍କ ଆରାଧ୍ୟ ଦେବତା ତଥା ବିଶ୍ୱବାସୀଙ୍କ ହୃଦୟରେ ବିରାଜମାନ କରୁଥିବା ଜଗତର ନାଥ ଜଗନ୍ନାଥଙ୍କ ନାମରେ ଏକ ସ୍ୱତନ୍ତ୍ର ଚ୍ୟାନେଲ କରିବା ନେଇ ଏକ ଆଲୋଚନା ବୈଠକ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନସ୍ଥିତ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ପ୍ରସ୍ତାବିତ ନୂତନ ଚ୍ୟାନେଲର ରୂପରେଖ, ଦୈନିକ କାର୍ଯ୍ୟକ୍ରମ, ଜଗନ୍ନାଥ ସଂସ୍କୃତିର ପରିବ୍ୟାପ୍ତି, ଭକ୍ତଙ୍କ ମନରେ ଜଗନ୍ନାଥଙ୍କୁ ନେଇ ଥିବା ଭାବନାର ପରିପ୍ରକାଶ ନେଇ ଆସିଥିବା ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା ।

ଚ୍ୟାନେଲ ପ୍ରତିଷ୍ଠା ନେଇ ପ୍ରାଥମିକ ପର୍ଯ୍ୟାୟରେ ଥିବା ଏହି ଆଲୋଚନା ବେଶ୍‌ ସକାରାତ୍ମକ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିବା ସହ ଜଗନ୍ନାଥ ସଂସ୍କୃତିକୁ ନେଇ ସାରା ବିଶ୍ୱବାସୀଙ୍କୁ ଅବଗତ କରାଇବା ଏବଂ ଜଗନ୍ନାଥ ସଂସ୍କୃତି ଉପରେ ଅଧିକ ଗବେଷଣା ଓ ଆଲୋଚନା ସହ ଜଗନ୍ନାଥଙ୍କ ମହିମା ଓ ଭାବାବେଗ ନେଇ ଭକ୍ତଙ୍କ ଅନୁଭୂତିକୁ ସମସ୍ତଙ୍କ ନିକଟରେ ପହଞ୍ଚାଇବା ନେଇ ଆସିଥିବା ପ୍ରସ୍ତାବ ଉପରେ ରାଜ୍ୟ ସରକାର ଅତି ସକାରାତ୍ମକ ଭାବେ ଚିନ୍ତା କରୁଛନ୍ତି । ପରବର୍ତ୍ତୀ ସମୟରେ ଏହା ଉପରେ ଅଧିକ ଆଲୋଚନା କରାଯିବା ସହ ସମ୍ପୂର୍ଣ୍ଣ ରୂପରେଖ ପ୍ରସ୍ତୁତ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଥିଲେ ।

ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ସମେତ ଆଇନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ