ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ନେଇ ଉଚ୍ଚସ୍ତରୀୟ ଆଲୋଚନା: ସମସ୍ତ ଜମିର ହେବ ସୁବନ୍ଦୋବସ୍ତ

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ହଜାର ହଜାର ଏକର ଭୂସମ୍ପତ୍ତି ରହିଛି । ଏହି ଭୂସମ୍ପତ୍ତି ମଧ୍ୟରୁ ଅନେକ ସ୍ଥାନରେ ଶ୍ରୀମନ୍ଦିର ସହ ଜଡ଼ିତ ସେବକ, ନିଯୋଗ ଏପରିକି ଅଣସେବକମାନେ ବର୍ଷ ବର୍ଷ ଧରି ବସତି ସ୍ଥାପନ କରି ରହି ଆସୁଛନ୍ତି । ପୂର୍ବରୁ ଥିବା ୟୁନିଫର୍ମ ସେଟେଲମେଣ୍ଟ ପଲିସି ୨୦୦୩ରେ ଆବଶ୍ୟକ ସଂଶୋଧନ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାମରେ ଥିବା ଜମିକୁ ସଠିକ ବନ୍ଦୋବସ୍ତ ଜରିଆରେ ସମସ୍ତଙ୍କୁ ଥଇଥାନ କରିବା ଉଦ୍ଦେଶ୍ୟରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଲୋକସେବା ଭବନସ୍ଥିତ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀଜଗନ୍ନାଥଙ୍କ ନମରେ ଥିବା ଜମିରେ ଦୀର୍ଘଦିନ ହେବ ବସବାସ କରୁଥିବା ସେବକ, ନିଯୋଗ, ଅଣସେବକ ଏବଂ ମଠଗୁଡ଼ିକୁ କିପରି ସଠିକ୍‌ ବନ୍ଦୋବସ୍ତ କରାଯାଇପାରିବ ସେଥିନେଇ ଆଲୋଚନା ହୋଇଥିଲା । ଏଥି ସହିତ ଜଗନ୍ନାଥଙ୍କ ଜମିକୁ ଅସଦ ଉପାୟରେ ଜବରଦଖଲ ନେଇ ତଦନ୍ତ ହେବା ସହ ଆବଶ୍ୟକ ସ୍ଥଳେ ଏହାକୁ ନିଲାମ ପ୍ରକ୍ରିୟାରେ ସାମିଲ କରିବା ନେଇ ଆଲୋଚନା ହୋଇଥିଲା । ଏହି ପ୍ରକ୍ରିୟା ଫଳରେ ଦୀର୍ଘଦିନ ଧରି ବସବାସ କରୁଥିବା ସେବକ-ନିଯୋଗମାନେ ବସବାସ କରୁଥିବା ଜମିରେ ନିଜର ଅଧିକାର ସାବ୍ୟସ୍ତ କରିପାରିବେ । ଏଥି ସହିତ ଜବରଦଖଲରେ ଥିବା ଜମିରୁ ସର୍ବାଧିକ ମୂଲ୍ୟ ଜରିଆରେ ଆଦାୟ ଅର୍ଥ ଶ୍ରୀଜଗନ୍ନାଥ ଓ ଶ୍ରୀମନ୍ଦିର ପାଣ୍ଠିକୁ ଆସିପାରିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି ।

ଏହି ବୈଠକରେ ଲ’ କମିଶନର ଜଷ୍ଟିସ୍‌ ବିଶ୍ୱନାଥ ରଥ, ପୂର୍ବତନ ଆଡ୍‌ଭୋକେଟ୍‌ ଜେନେରାଲ ଶ୍ରୀ ସୂର୍ଯ୍ୟ ମିଶ୍ର, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ଦେବୋତ୍ତର ଆୟୁକ୍ତ ସତ୍ୟ ନାରାୟଣ ଷଡ଼ଙ୍ଗୀ ଏବଂ ଅତିରିକ୍ତ ଶାସନ ସଚିବ ଶ୍ରୀ ଶିବ ପ୍ରସାଦ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ