ଶ୍ରୀମନ୍ଦିରରେ ଆଜି କାଳୀୟ ଦଳନ ବେଶ

ପୁରୀ: ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥୁରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ସହ ଶ୍ରୀମନ୍ଦିର ଏବଂ ଶ୍ରୀକ୍ଷେତ୍ରରେ ଶ୍ରୀକୃଷ୍ଣ ଲୀଳା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦଶମୀ ତିଥ୍ ସୋମ‌ବାର ଅବସରରେ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନ ଭୋଜି ବେଶ ଅନୁଷ୍ଠିତ ହୋଇଛି। ଏଥିସହ କୋଳିବିକା ନୀତି ସହ ବକାସୁର, ଅର୍ଘାସୁର ବଧ ନୀତି ସମ୍ପନ୍ନ ହୋଇଛି। କୋଳିବିକା ନୀତି ସରିବା ପରେ ପୁଷ୍ପାଳକ ସେବକମାନେ ଶ୍ରୀବିଗ୍ରହଙ୍କୁ ବଳଭୋଜି ବେଶରେ ଭୂଷିତ କରାଇଥିଲେ। ଏହି ବେଶରେ ମହାପ୍ରଭୁ ବିଭିନ୍ନ ସ୍ବର୍ଣ୍ଣ ଅଳଙ୍କାର ପ୍ରାୟ ୧୮ପ୍ରକାର ଲାଗି ହୋଇଥିଲେ।ଶ୍ରୀବିଗ୍ରହଙ୍କୁ ସୋଲ, ବେତ, କନା, ଜରିରେ ନିର୍ମିତ ର୍ମିତ ସ୍ବଣ୍ଣ କିଆ ଶ୍ରୀମସ୍ତକ ଚୂଳରେ ଖୋସା ଯାଇଥିଲା । ବେଶରେ ରତ୍ନସିଂହାସନ ଉପରେ ଦୁଇଟି ଲେଖାଏଁ ଗାଈ ବାଛୁରୀ (କାଷ୍ଠ ନିର୍ମିତ) ଦଣ୍ଡାୟମାନ ରହିଥିଲେ । ଏହି ବେଶ ପୁଷ୍ପାଳକ, ଭଣ୍ଡାର ମେକାପ ଓ ଖୁଣ୍ଟିଆ ଆଦି ସେବକଙ୍କ ଦ୍ୱାରା ସମ୍ପନ୍ନ ହୋଇଥିଲା । ପୁରାଣ ଏବଂ ପରମ୍ପରା ମୁତାବକ ଶ୍ରୀକୃଷ୍ଣ ବଳରାମଙ୍କ ବାଲ୍ୟଲୀଳାରେ ଗାଈ ବାଛୁରୀ ନେଇ ବନ ଭୋଜିକୁ ଯିବା ଘଟଣା ଆଧାରରେ ଶ୍ରୀମନ୍ଦିରରେ ଏହି ବନଭୋଜି ବେଶ ପାଳନ ହେଉଥିବା ବିଶ୍ୱାସ ରହିଛି । ସାହି ପରମ୍ପରାରେ ବାଲିସାହି ଯାଗା ଆଖଡା ପକ୍ଷରୁ ବକାସୁର ବାହାରି ନଗର ପରିକ୍ରମା କରି ଶ୍ରୀମନ୍ଦିର ପରିଦର୍ଶନ ପରେ ସେଠାରେ ବକାସୁର ବଧ ଓ ଅର୍ଘାସୁର ବଧ ନୀତି ସମ୍ପନ୍ନ ହୋଇଥିଲା । ମଙ୍ଗଳବାର ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଅନୁଷ୍ଠିତ ହେବା ସହ ମାର୍କଣ୍ଡେୟ ପୁଷ୍କରିଣୀଠାରେ କାଳୀୟଦଳନ ନୀତି ସମ୍ପନ୍ନ ହେବ ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ