ଶ୍ରୀମନ୍ଦିରରେ ଆସନ୍ତାକାଲି ବନକଲାଗି ନୀତି

ପୁରୀ:ଆସନ୍ତାକାଲି ଗୁରୁବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ସମୟରେ ଭକ୍ତମାନଙ୍କ ପାଇଁ ଦର୍ଶନ କଟକଣା ରହିବ । ଅପରାହ୍ଣରୁ ସନ୍ଧ୍ୟା ପର୍ଯ୍ୟନ୍ତ ୩ରୁ ୪ ଘଣ୍ଟା ପ୍ରାୟ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ବୋଲି ଅନୁମାନ କରାଯାଉଛି । ପ୍ରାୟତଃ ଅପରାହ୍ଣରେ ଠାକୁରଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବ । ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଶ୍ରୀମୁଖ ସିଂହାର ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ଓ ଦର୍ଶନ କଟକଣାର ଅସଲ ସମୟ ଧାର୍ଯ୍ୟ ହେବ ।

  • Related Posts

    ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

    ରାଇକିଆ: ଭାରତ ସରକାରଙ୍କ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅବସରରେ ରାଇକିଆସ୍ଥିତ ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ବୁଧବାର ଏକ ଭବ୍ୟ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ହାତରେ ଜାତୀୟ ପତାକା ଧରି ଦେଶାତ୍ମବୋଧକ ସ୍ଲୋଗାନ ଦେଇ ରାଇକିଆ ସହର…

    Continue reading
    ଯୁବକଙ୍କୁ ନିର୍ମମ ହତ୍ୟା

    ସମ୍ବଲପୁର : ସମ୍ବଲପୁର ସହରରେ ଚାଞ୍ଚଲ୍ୟ । ଫିସେରୀ ରୋଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ପରେ ହତ୍ୟା ସନ୍ଦେହ ଘନୀଭୂତ ହୋଇଛି। ମୃତକ ଜଣକ ହେଲେ ଗୋପାଳ ବଂଶଲ। ତାଙ୍କ ଘର ସମ୍ବଲପୁର ସହରର ତିୱାରୀଗଳିରେ । ସମ୍ବଲପୁର ଟାଉନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ