ଶ୍ରୀମନ୍ଦିରରେ ଗରମ ଡାଲି ପଡ଼ି ୭ ଆହତ

ପୁରୀ :ଶ୍ରୀମନ୍ଦିରରେ ଗରମ ଡାଲି ପଡି ୭ ଜଣ ଭକ୍ତ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୫ଜଣ ଗୁରୁତର ଭାବେ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ୨ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ଭୋଗ ମଣ୍ଡପରୁ ବୋଝିଆ ଗରମ ଡାଲି ବୋଝ ନେଇ ଆସୁଥିବା ବେଳେ କୌଣସି କାରଣରୁ ଅସାବଧାନତା ବଶତଃ ଡାଲି ବୋଝ ତଳେ ପଡ଼ିଯାଇଥିଲା। ଫଳରେ ଶ୍ରୀମନ୍ଦିର ଭିତରେ ଥିବା ୭ଜଣ ଭକ୍ତଙ୍କ ଉପରେ ଗରମ ଡାଲି ପଡ଼ିଯାଇଥିଲା। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଶ୍ରୀମନ୍ଦିର ପ୍ରାଥମିକ ଚିକିତ୍ସା କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ୨ଜଣଙ୍କୁ ଛାଡ଼ି ପରେ ଶ୍ରୀମନ୍ଦିର ରୋଗୀ ବୁହା ଯାନରେ ୫ଜଣ ଭକ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଆହତ ଭକ୍ତମାନେ ହେଲେ ନୟାଗଡ଼ ଅଞ୍ଚଳର ରିଟୁନି ଜେନା , ଯାଜ୍ଞସେନୀ ଜେନା , ଆଶୁତୋଷ ମହାନ୍ତି , ସୃତି ବାହାକା ଏବଂ ଶୁଭଶ୍ରୀ ରାଉତ ବୋଲି ସୂଚନା ମିଳିଛି। ଜିଲା ମୁଖ୍ୟ ଚିକିତ୍ସାଳୟର ପୋଡ଼ା ଜଳା କକ୍ଷରେ ସେମାନଙ୍କ ଚିକିତ୍ସା କରାଯାଉଥିବା ସୂଚନା ମିଳିଛି।

  • Related Posts

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ଭୁବନେଶ୍ୱର,୧୨।୮: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର…

    Continue reading
    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ଭୁବନେଶ୍ୱର-୧୨/୦୮: ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରାଜ୍ୟରେ ନବୀକରଣୀୟ ଶକ୍ତି ଉତ୍ପାଦନ ଏବଂ ସଂରକ୍ଷଣ, ବିଶେଷକରି ବ୍ୟାଟେରୀ ଶକ୍ତି ସଂରକ୍ଷଣ ପ୍ରଣାଳୀ ଉପରେ ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଷ୍ଟ୍ରିଟ୍ ଲାଇଟ୍ ବିଷୟରେ ମଧ୍ୟ ଆଲୋଚନା କରାଯାଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ