ଶ୍ରୀମନ୍ଦିରରେ ପୋଢୁଆଁ ନୀତି

ପୁରୀ: ଆଜି ପ୍ରଥମାଷ୍ଟମୀ ତଥା ପୋଢୁଆଁ ଅଷ୍ଟମୀ । ମାର୍ଗଶୀର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ । ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ପ୍ରଥମା ଅଷ୍ଟମୀ ନୀତି ପାଳନ କରାଯାଏ । ଆଜି ମହାପ୍ରଭୁ ପଢ଼ୁଆଁ ହେବା ସହ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ପାଳିତ ହେଉଛି।ବିଧି ପରମ୍ପରା ଅନୁସାରେ ଆଜି ମାର୍ଗଶୀର କୃଷ୍ଣ ଅଷ୍ଟମୀ ତିଥିଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ତପ ସରିବା ପରେ ୩ ବାଡ଼ରେ ମଇଲମ କରାଯାଇ ପୂଜାପଣ୍ତା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ । ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରାଇଥାନ୍ତି । ପୂଜାପଣ୍ତା,ପତି ମହାପାତ୍ର, ମୁଦିରସ୍ତ ସେବକ ଘଟୁଆରି ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥାନ୍ତି । ତାପରେ ବେଶ ଓ ଅଳଙ୍କାରରେ ବିମଣ୍ତିତ ହୋଇ କର୍ପୂର ଲାଗି ପରେ ପୁଷ୍ପାଳକ ମାନେ ସିଂହାସନରୁ ଓହ୍ଲାଇ ଆସିଥାନ୍ତି । ତାପରେ ସୁଦୁସୁଆର ପୂଜା କରିବା ପରେ ତିନିବାଡରେ ପୂଜାପଣ୍ତା, ପତିମହାପାତ୍ର ଓ ମୁଦିରସ୍ତ ସେବକ ବରୁଣ ପୂଜା କରିଥାନ୍ତି । ଏହି ପୂଜା ସମାପନ ପରେ ଭିତରେ ପାଣି ପଡି ମଧ୍ୟାହ୍ନ ଧୂପ ଉଠିଥାଏ । ପରେ ତିନି ବାଡ଼ରେ ମଙ୍ଗଳାର୍ପଣ ନୀତି ହେବା ସହ ଫୁଲୁପୁରିଆ ଖାଦି ଓ ଛେଦା ପ୍ରସାଦ ଲାଗି ହୋଇ ବନ୍ଦାପନା ହୋଇଥାଏ । ଏହିପରି ଭାବେ ପ୍ରଥମାଷ୍ଟମୀ ଶ୍ରୀମନ୍ଦିରରେ ବିଶେଷ ନୀତି ପାଳିତ ହୋଇଥାଏ ।କଟକ ନିଆଳି ମାଧବାନନ୍ଦଜୀଉ ମନ୍ଦିରରୁ ଭଣଜା ଜଗା-ବିଳିଆଙ୍କ ପାଇଁ ଆସିଛି ନବ ବସ୍ତ୍ର ଓ ଅଷ୍ଟମୀ ଭାର । ଆଜି ପ୍ରଥମାଷ୍ଟମୀ । ଆଜି ପଢୁଆଁ ହେବେ ବଡଠାକୁର । ଶ୍ରୀଜୀଉଙ୍କ ମାମୁ ଘର ନିଆଳି ମାଧବ ମନ୍ଦିରରୁ ଭଣଜା ପାଇଁ ଆସିଥିବା ନୂଆ ବସ୍ତ୍ର ପିନ୍ଧିବେ ମହାପ୍ରଭୁ । ପରମ୍ପରା ଅନୁସାରେ ଶ୍ରୀଜୀଉମାନଙ୍କ ଅଙ୍ଗଲାଗି ଖଣ୍ଡୁଆ ବସ୍ତ୍ର , ଅରୁଆ ଚାଉଳ , ବିରି , ନଡିଆ , ଗୁଡ , ପାଚିଲା କଦଳୀ ଆସିଛି ମାମୁ ଘରୁ । କଟକ ଜିଲ୍ଲା ନିଆଳି ବ୍ଲକ ମାଧବସ୍ଥିତ ମାଧବାନନ୍ଦଙ୍କ ମନ୍ଦିର ହେଉଛି ଶ୍ରୀ ଜଗନ୍ନାଥଙ୍କ ମାମୁଘର । କେଉଁ ଆବାହାମାନକାଳରୁ ମାଧବ ମନ୍ଦିର ପକ୍ଷରୁ ଜଗନ୍ନାଥଙ୍କୁ ପ୍ରଥମାଷ୍ଟମୀରେ ପୋଢୁଆଁ କରାଯାଉଛି ।

  • Related Posts

    ଏଣିକି ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ କାର୍ଯ୍ୟାନୁଷ୍ଠାନ

    ଭୁବନେଶ୍ୱର: ଏଣିକି ସରକାରୀ ଜମିରେ ବେଆଇନ ଗଞ୍ଜେଇ ଚାଷରେ ଲାଗିବ ସମ୍ପୂର୍ଣ୍ଣ ରୋକ୍। ଗଞ୍ଜେଇ ଚାଷ ରୋକିବାକୁ ପ୍ରଶାସନ ପକ୍ଷରୁ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି…

    Continue reading
    ତ୍ରିରଙ୍ଗା ତଳେ ଏକତାର ବାର୍ତ୍ତା, ରାଇକିଆରେ ଦେଶପ୍ରେମର ଯାତ୍ରା”

    ରାଇକିଆ: ଭାରତ ସରକାର ଙ୍କ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଏବଂ ଦେଶପ୍ରେମ ଓ ଜାତୀୟତାର ଭାବନାକୁ ଉଜ୍ଜୀବିତ କରି ରାଇକିଆରେ ଏକ ଭବ୍ୟ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଛି। ରାଇକିଆ ବ୍ଲକ ଭାଜପା ପକ୍ଷରୁ ଆୟୋଜିତ ଏହି ତ୍ରିରଙ୍ଗା ଯାତ୍ରାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ