
ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍ କ୍ୟାମେରା ନେଇ ଭକ୍ତମାନେ ପ୍ରବେଶ କରୁଥିବାରୁ ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି । ଏହା ଜାଣିବା ବି କଷ୍ଟ, କେବଳ ଫଟୋ ଉଠାଇବା ବେଳେ ଜାଣି ହେବ । ଆହୁରି କଠୋରତାର ସହ କିପରି ଚେକିଂ କରାଯିବ ସେନେଇ ବିଚାର କରାଯାଉଛି । ଏଭଳି ଚଞ୍ଚକତା କରି ଶ୍ରୀମନ୍ଦିର ଫଟୋ ଉଠାଇବାକୁ ଚେଷ୍ଟା କରୁଛନ୍ତି ସେମାନଙ୍କୁ ଉଚିତ ଦଣ୍ଡ ଦିଆଯିବ ।
ପ୍ରକାଶ ଯେ ମଙ୍ଗଳବାର ସକାଳୁ ପଶ୍ଚିମ ଦ୍ୱାର ନିକଟରୁ ଧରାପଡିଛି ହିଡେନ୍ କ୍ୟାମେରା । ଚଷମାରେ ହିଡେନ୍ କ୍ୟାମେରା ଲଗାଇ ପ୍ରବେଶ କରିଥିଲେ ପଶ୍ଚିମବଙ୍ଗର ଜଣେ ଯୁବକ । ସଂପୃକ୍ତ ଯୁବକଙ୍କୁ ସିଂହଦ୍ୱାର ଥାନା ପୁଲିସ ଅଟକାଇ ମୋବାଇଲ ଜବତ କରି ଯାଞ୍ଚ କରୁଛି । ଗତକାଲି ଗୁଜୁରାଟର ଜଣେ ବ୍ୟକ୍ତି ମଧ୍ୟ ଅନୁରୂପ କାର୍ୟ୍ୟ ପାଇଁ ଧରାପଡିଥିଲେ ।