ଶ୍ରୀମନ୍ଦିର ଧ୍ବଜା ବନ୍ଧା ନୀତି ସମୟ ବଦଳିଲା: ମୁଖ୍ୟ ପ୍ରଶାସକ

ପୁରୀ : କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ଧ୍ୱଜାବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ କରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ ଦିଆଯାଇଛି। ପ୍ରତିିଦିନ ଅପରାହ୍ନ ସମୟରେ କମ୍‌ ଗହଳି ମଧ୍ୟରେ ଧ୍ୱଜାବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ଧ୍ୱଜାବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହଦ୍ୱାର ବାହାର ରାସ୍ତାରେ ବହୁ ଭକ୍ତ ଗହଳି କରୁଛନ୍ତି। ଏଣୁ ପରବର୍ତ୍ତୀ ସପ୍ତାହଟି ପାଇଁ ୩ଟା ୩୦ ମି ସମୟରେ ଧ୍ୱଜା ବନ୍ଧା ସମାପନ କରିବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଚୁନରା ସେବକମାନଙ୍କର ସହଯୋଗ କାମନା କରିବା ସହ କୌଣସି ବ୍ୟତିକ୍ରମ ଗ୍ରହଣୀୟ ନୁହେଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ଷଡ଼ଙ୍ଗୀ ସୂଚନା ଦେଇ କହିଛନ୍ତି।

Related Posts

ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

Continue reading
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ