ଶ୍ରୀମନ୍ଦିର ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ

ପୁରୀ,03।09: ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ବୁଧବାର ଶେଷ ହୋଇଛି ଓ ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି ବୋଲି ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ୧୪ ସବ୍‌କମିଟି ମଧ୍ୟରୁ ଅର୍ଥ, ନୀତି, ରତ୍ନଭଣ୍ଡାର, ଅପିଲ୍‌ ଭଳି ୪ଟି ଷ୍ଟାଚ୍ୟୁଟାରୀ ସବ୍‌କମିଟି ଗଠନ କରାଯାଇଛି । ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ନେଇ ସବ୍‌କମିଟି ଗଠନ କରାଯାଇଛି । ଶ୍ରୀଜଗନ୍ନାଥ ତତ୍ତ୍ୱ, ଗବେଷଣା, ପ୍ରକାଶନ ଓ ପ୍ରସାର ସବ୍‌କମିଟି ଗଠନ କରାଯାଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେବକ କଲ୍ୟାଣ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେହିପରି ମୁଖ୍ୟପ୍ରଶାସକଙ୍କ ଅଧ୍ୟକ୍ଷତାରେ ବିଧି ସବ୍‌କମିଟି ଗଠନ କରାଯାଇଛି । ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି ସମନ୍ୱୟ ସବ୍‌କମିଟି ଗଠନ କରାଯାଇଛି ।
ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ ମିଳିଛି। ସୁପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ୯ ଜଣ ସଦସ୍ୟ ଅଛନ୍ତି, ସବୁ ଦିଗରୁ ଅନୁଧ୍ୟାନ କରିବେ । ସମ୍ପୃକ୍ତ ନିଯୋଗ ସହ ଭଲ ଭାବେ ଆଲୋଚନା କରିବେ । ଯେପରି ଭାବେ ମହାପ୍ରଭୁଙ୍କ ନୀତି ବିଳମ୍ବିତ ନ ହେବ ଗୁରୁତ୍ୱ ଦେବେ । ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡି ଦର୍ଶନକୁ ଲାଗୁ କରାଯିବ । ଆବଶ୍ୟକତା ପଡିଲେ ଜିଲ୍ଲାପାଳଙ୍କ ନେତୃତ୍ୱାଧୀନ କମିଟି ସଂଶୋଧନ କରିବ । ଖୁବ୍‌ ଶୀଘ୍ର ଧାଡି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଉଛି । ନାଟମଣ୍ଡପରେ ବାତ୍ତାନୁକୁଳ କରିବା ପାଇଁ ଏଏସଆଇ ମଧ୍ୟ ଅନୁମୋଦ ଦେଇଛି।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ