ଶ୍ରୀମନ୍ଦିର ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ

ପୁରୀ,03।09: ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ବୁଧବାର ଶେଷ ହୋଇଛି ଓ ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି ବୋଲି ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ୧୪ ସବ୍‌କମିଟି ମଧ୍ୟରୁ ଅର୍ଥ, ନୀତି, ରତ୍ନଭଣ୍ଡାର, ଅପିଲ୍‌ ଭଳି ୪ଟି ଷ୍ଟାଚ୍ୟୁଟାରୀ ସବ୍‌କମିଟି ଗଠନ କରାଯାଇଛି । ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ନେଇ ସବ୍‌କମିଟି ଗଠନ କରାଯାଇଛି । ଶ୍ରୀଜଗନ୍ନାଥ ତତ୍ତ୍ୱ, ଗବେଷଣା, ପ୍ରକାଶନ ଓ ପ୍ରସାର ସବ୍‌କମିଟି ଗଠନ କରାଯାଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେବକ କଲ୍ୟାଣ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେହିପରି ମୁଖ୍ୟପ୍ରଶାସକଙ୍କ ଅଧ୍ୟକ୍ଷତାରେ ବିଧି ସବ୍‌କମିଟି ଗଠନ କରାଯାଇଛି । ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି ସମନ୍ୱୟ ସବ୍‌କମିଟି ଗଠନ କରାଯାଇଛି ।
ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ ମିଳିଛି। ସୁପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ୯ ଜଣ ସଦସ୍ୟ ଅଛନ୍ତି, ସବୁ ଦିଗରୁ ଅନୁଧ୍ୟାନ କରିବେ । ସମ୍ପୃକ୍ତ ନିଯୋଗ ସହ ଭଲ ଭାବେ ଆଲୋଚନା କରିବେ । ଯେପରି ଭାବେ ମହାପ୍ରଭୁଙ୍କ ନୀତି ବିଳମ୍ବିତ ନ ହେବ ଗୁରୁତ୍ୱ ଦେବେ । ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡି ଦର୍ଶନକୁ ଲାଗୁ କରାଯିବ । ଆବଶ୍ୟକତା ପଡିଲେ ଜିଲ୍ଲାପାଳଙ୍କ ନେତୃତ୍ୱାଧୀନ କମିଟି ସଂଶୋଧନ କରିବ । ଖୁବ୍‌ ଶୀଘ୍ର ଧାଡି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଉଛି । ନାଟମଣ୍ଡପରେ ବାତ୍ତାନୁକୁଳ କରିବା ପାଇଁ ଏଏସଆଇ ମଧ୍ୟ ଅନୁମୋଦ ଦେଇଛି।

  • Related Posts

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଭୁବନେଶ୍ବର,04/09: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା…

    Continue reading
    ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି

    ନାରାୟଣପାଟଣା,04/09 : ଗାଁକୁ ଡିଜିଟାଲ ସେବା ଅପହଞ୍ଚ ହୋଇଛି । ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି । ଆଉ କେଉଁଠି ମୋଟରସାଇକଲରେ ଲାପଟପ୍ ଧରି ଜଙ୍ଗଲ ରାସ୍ତାରେ ନେଟୱର୍କ ଖୋଜା ଚାଲିଛି । ସୀମାନ୍ତ ଆନ୍ଧ୍ର ନେଟୱର୍କରେ ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର