ଶ୍ରୀମନ୍ଦିର ପରିସରରେ ହେବ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ

ପୁରୀ: ଶ୍ରୀମନ୍ଦିର ପରିସରରେ ଶିଶୁ ତଥା ମା’ ମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ । ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି । ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚିସ୍ମିତା ଏବଂ ଅନ୍ୟ ଅଧିକାରୀ ଏ ସମ୍ବନ୍ଧରେ ଆଲୋଚନା କରି ଏହି ସ୍ବତନ୍ତ୍ର ଗୃହ ସ୍ଥାପନା ପାଇଁ ସ୍ଥାନ ନିରୂପଣ କରିଛନ୍ତି ।

ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ୟ୍ୟାଳୟ ନିକଟରେ ଏହା କାର୍ୟ୍ୟକ୍ଷମ ହେବାକୁ ନିଷ୍ପତ୍ତି ହୋଇଛି । ସମ୍ପୃକ୍ତ ଗୃହରେ ଗୋପନୀୟତା, ପରିମଳ ଏବଂ ମା’ ତଥା ଶିଶୁଙ୍କ ସ୍ବାଛନ୍ଦ୍ୟ ଉପରେ ଦୃଷ୍ଟି ଦିଆଯିବ । ଏହି ଗୃହ ସକାଶେ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ମଧ୍ୟ ରହିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦୀର୍ଘ ଦିନ ଧରି ଏନେଇ ଦାବି ହୋଇ ଆସୁଥିବା ବେଳେ ଭକ୍ତ ଶ୍ରଦ୍ଧାଳୁ ତଥା ବିଶେଷ କରି ମହିଳାଙ୍କ ପ୍ରତି ଉତ୍ତରଦାୟିତ୍ବ ନିର୍ବାହ ପାଇଁ ଏହି ବ୍ୟବସ୍ଥା ତୁରନ୍ତ କାର୍ୟ୍ୟକାରୀ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ