ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ

ଭୁବନେଶ୍ୱର: ମକର ସଂକ୍ରାନ୍ତିରେ ପ୍ରଭୁ ଶ୍ରୀଲିଙ୍ଗରାଜ ଉପାସ ରହିବା ପ୍ରସଙ୍ଗ ବିଧାନସଭାରେ ଉଠିଛି । ବଡୁ ନିଯୋଗ ଏବଂ ବ୍ରାହ୍ମଣ ନିଯୋଗଙ୍କ ମଧ୍ୟରେ ମତ ପାର୍ଥକ୍ୟ ଓ ବିବାଦ ଉପୁଜିବା ହେତୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନବାଙ୍କ ବେଢା ନୀତି ହୋଇ ପାରିନଥିଲା । ଏହି ଘଟଣାକୁ ଶନିବାର ବିଧାନସଭାରେ ମାନିଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଜଣାଇଥିଲେ,ପ୍ରଶାସନ ତରଫରୁ ମନ୍ଦିର କାର୍ୟ୍ୟନିବାହୀ ଅଧିକାରୀ ଏବଂ ସହକାରୀ ଦେବାତ୍ତର କମିଶନର ପ୍ରମୁଖ ତିନି ନିଯୋଗ କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିବା ସତ୍ତେ୍ୱ ପ୍ରଭୁଙ୍କ ନବାଙ୍କ ବେଢା ନୀତି ସହ ସଂକ୍ରାନ୍ତି ନୀତି ବି ହୋଇ ପାରିନଥିଲା । ୧୫ ତାରିଖ ଦିନ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ବୈଠକ ଡକାଯାଇ ନୀତି ବନ୍ଦ କରାଯାଇଥିବା ୩ ସେବାୟତଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ଶ୍ରୀଲିଙ୍ଗରାଜ ମନ୍ଦିର ପରିଚାଳନା ପାଇଁ ସ୍ୱତନ୍ତ୍ର ଆଇନ ପ୍ରଣୟନ ନିମନ୍ତେ ସରକାରୀ ସ୍ତରରେ ପ୍ରକ୍ରିୟା ଜାରି ରହିଛି ବୋଲି ବିଧାନସଭାରେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ