ଶ୍ରୀ ଜଗନ୍ନାଥ ସାହିତ୍ୟ ସଂସଦ ପକ୍ଷରୁ ଗୁରୁ ଦିବସ ପାଳିତ

ଦେବଗଡ଼:ଶ୍ରୀ ଜଗନ୍ନାଥ ସାହିତ୍ୟ ସଂସଦ ପକ୍ଷରୁ ସ୍ଥାନୀୟ ବାଳକ ପ୍ରାଥମିକ ବିଦ୍ୟାଳୟରେ ଆଜି ଗୁରୁ ଦିବସ ପାଳିତ ହୋଇଯାଇଛି। ସଂସଦର ସଭାପତି ଡ.ଭାରତ ଭୂଷଣ ନନ୍ଦଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ମୁଖ୍ୟଅତିଥି,ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ. ବିଜୟ ମହାରଣା ମୁଖ୍ୟବକ୍ତା,ଉପଜିଲ୍ଲାପାଳ ପରିକ୍ଷିତ ସାହୁ, ଉପଦେଷ୍ଟା ସୁଧିର କପରଦାର ସମ୍ମାନିତ ଅତିଥି ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ସମ୍ଫାଦକ ଚିତ୍ତରଞ୍ଜନ ଦାସ ଅତିଥି ପରିଚୟ ପ୍ରଦାନ କରିବା ସହ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଏହି ଅବସରରେ ଜଗମୋହନ ସାହୁ, ଭାନୁଶଙ୍କର ନନ୍ଦ, ଭୋଳେଶ୍ବର ସାହୁଙ୍କୁ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ସଂସଦର ଉପଦେଷ୍ଟା ନିରଞ୍ଜନ ଦ୍ବିବେଦୀ, ମାର୍କଣ୍ଡେଶ୍ବର ଶତପଥି, ଡ.ରାମଚନ୍ଦ୍ର ମହାପାତ୍ର, ଯୁଧିଷ୍ଟିର ଦାଶ, ଗୋବିନ୍ଦ ଚନ୍ଦ୍ର ସାହୁ, ପୂର୍ଣ୍ଣଚନ୍ଦ୍ର ମିଶ୍ର, ସତ୍ୟନାରାୟଣ ମିଶ୍ର, ଗୌରହରି ଷଡଙ୍ଗୀ, ସୁମିତ୍ରା ପୁରୋହିତ, ଚାନ୍ଦିନୀ ସା,ଅଶୋକ ମିଶ୍ର, ଫକୀର ମୋହନ ଦେହୁରୀ, ପ୍ରକାଶ ଚନ୍ଦ ପ୍ରଧାନ ଉପସ୍ଥିତ ରହି ନିଜର ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଚିତ୍ତରଞ୍ଜନ ନାୟକ,ହିମାଂଶୁ ଶେଖର ବିଶ୍ବାଳ,ବିଦ୍ୟାଳୟର ପ୍ରଧାନଶିକ୍ଷକ ଭବାନୀକାନ୍ତ ପ୍ରଧାନ ସହଯୋଗ କରିଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ