ଷ୍ଟେସନରୁ ୬୦ କେଜି ରୁପା ଜବତ

ରାଉରକେଲା :ରାଉରକେଲା ରେଳ ଷ୍ଟେସନରୁ ଜବତ ହେଲା ୬୦ କେଜି ରୁପା ଅଳଙ୍କାର। ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଜିଆରପି। ଅଟକ ବ୍ୟକ୍ତି ଜଣଙ୍କ ହେଲେ ଚନ୍ଦନ କୁମାର।

ଚନ୍ଦନ ବିପୁଳ ପରିମାଣରେ ରୁପା ଅଳଙ୍କାର ନେଇ ଯାଉଥିବା ଜିଆରପି କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ରାଉରକେଲା ରେଳ ଷ୍ଟେସନରୁ ଚନ୍ଦନଙ୍କୁ ଅଟକାଇ ତାଙ୍କ ବ୍ୟାଗ ଯାଞ୍ଚ କରିଥିଲା। ବ୍ୟାଗରୁ ୬୦ କେଜିରୁ ଅଧିକ ରୁପା ଜବତ କରିଥିଲା। ପରେ ଜିଆରପି ରାଉରକେଲା ଜିଏସଟି ବିଭାଗକୁ ଜଣାଇଥିଲା। ଜିଏସଟି ର କର୍ମଚାରୀ ଚନ୍ଦନଙ୍କୁ ଅଟକ ରଖି ଜବତ ରୁପା ବିଷୟରେ ପଚରାଉଚରା କରୁଛି। ଏତେ ପରିମାଣର ରୁପା କାହିଁକି ନେଉଥିଲେ, କାହାକୁ ଦେବା ପାଇଁ ନେଉଥିଲେ, ସେ ନେଇ ଅଧିକ ତଦନ୍ତ କରୁଛି ଜିଏସଟି ବିଭାଗ। ରାଉରକେଲାରୁ ରାଞ୍ଚି ଏତେ ପରିମାଣର ରୁପା ଯାଉଥିଲା ବୋଲି ସୂଚନା ମଳିଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ