ସକାଳ ୭ରୁ ୧୦ ଏବଂ ସନ୍ଧ୍ୟା ୫ରୁ ୮ ମଧ୍ୟରେ ରାସନ ବଣ୍ଟନ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ରାସନ ସାମଗ୍ରୀ ସକାଳ ସାତଟାରୁ ୧୦ଟା ଏବଂ ସନ୍ଧ୍ୟା ପାଞ୍ଚଟାରୁ ଆଠଟା ମଧ୍ୟରେ ବଣ୍ଟନ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏସଂକ୍ରାନ୍ତରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ମାନଙ୍କୁ ବିଭାଗ ପକ୍ଷରୁ ଅବଗତ କରାଯାଇଛି ।

ଏଥିସହ ଖରା ଦାଉରୁ ରକ୍ଷା ପାଇବା ପାଇଁ ହିତାଧିକାରୀ ମାନଙ୍କ ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଗୁଡିକରେ ଅସ୍ଥାୟୀ ଆଶ୍ରୟସ୍ଥଳୀ, ପାନୀୟ ଜଳ, ଓଆରଏସ ମହଜୁଦ ଭଳି ବ୍ୟାପକ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦିଆଯାଇଛି । ସେହିଭଳି ଚାଉଳ ଉଠାଣ ଓ ବିତରଣ କେନ୍ଦ୍ର ଗୁଡିକରେ ନିୟୋଜିତ ଶ୍ରମିକ ମାନଙ୍କ ପାଇଁ ପାନୀୟ ଜଳ ଓ ଓଆରଏସ ବ୍ୟବସ୍ଥା କରିବାକୁ ମଧ୍ୟ କୁହାଯାଇଛି ।

ହିତାଧିକାରୀ ଏବଂ ନିୟୋଜିତ ଶ୍ରମିକ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଏବଂ ଚାଉଳ ବିତରଣ କେନ୍ଦ୍ର ଗୁଡିକରେ ଆବଶ୍ୟକୀୟ ସୂଚନା ପତ୍ର ବଣ୍ଟନ ଓ ପୋଷ୍ଟର ଲଗାଇବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ