ସଡ଼କ ଦୁର୍ଘଟଣା:୬ ମୃତ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡ ରାଜଧାନୀ ଡେରାଡୁନରେ ଗତକାଲି ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଯୁବତୀ ଓ ୩ ଯୁବକ ଅଛନ୍ତି। ସମସ୍ତଙ୍କ ଘର ଡେରାଡୁନ ଆଖପାଖ ଅଞ୍ଚଳରେ ହୋଇଥିବା ବେଳେ ସେମାନଙ୍କ ବୟସ ୨୫ ବର୍ଷରୁ କମ୍‌ ବୋଲି ଜଣାଯାଇଛି। ଏହି ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି।

ଗତକାଲି ରାତିରେ ୭ ଯୁବକଯୁବତୀ ଏକ କାର୍‌ରେ ଡେରାଡୁନ ସହ ବୁଲି ବାହାରିଥିଲେ। ଗାଡ଼ିଟି ଦ୍ରୁତ ଗତିରେ ଥିବା ବେଳେ ଡେରାଡୁନର ଓଏନ୍‌ଜିସି ଛକରେ ଗାଡ଼ିଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୬ ଜଣଙ୍କ ମୃତ୍ୟୁ ହୋଇଥିଲା।

ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି କାର୍‌ରୁ ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।

  • Related Posts

    ରାଜନୀତିରେ ଏଣ୍ଟ୍ରି ମାରିଲେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ

    ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍‌ ନାଗେଶ୍ୱର ରାଓ ଶନିବାର ବାରାଣସୀଠାରେ ‘ସର୍ବଜନ ସନାତନ ପାର୍ଟି’ର ଜାତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏମ୍‌ ନାଗେଶ୍ୱର ରାଓ ସୁରକ୍ଷା, ଆଇନ ଶୃଙ୍ଖଳା ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରାୟ ଚାରି ଦଶନ୍ଧି…

    Continue reading
    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ