ସଡ଼କ ଦୁର୍ଘଟଣା ଜନିତ ମୃତାହତ ସଂଖ୍ୟା ହ୍ରାସ ପାଇଁ ବ୍ୟାପକ ଜନ ସଚେତନତା କରାଯିବ: ମନ୍ତ୍ରୀ

ଭୁବନେଶ୍ୱର:ସଡ଼କ ଦୁର୍ଘଟଣା ଓ ତଦଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଁ ରାଜ୍ୟ ସରକାର ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ବ୍ୟାପକ ଜଣସଚେତନତା ମାଧ୍ୟମରେ ଏହି ସଂଖ୍ୟା ହ୍ରାସ କରିହେବ ଓ ଏଥିପାଇଁ ନଭେମ୍ବର ୧୬ ରୁ ୩୦ ଯାଏଁ ଶୂନ ମୃତାହତ ପକ୍ଷ ପାଳନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏଥିନେଇ ସାରା ରାଜ୍ୟରେ ବିଭିନ୍ନ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ । ଏହି ସମୟରେ ଚାରିଟି ‘ଇ’ ଯଥା- ଏନଫୋର୍ସମେଣ୍ଟ, ଇଂଜିନିୟରିଂ, ଏଜୁକେସନ ଓ ଏମର୍ଜେନ୍ସି କେୟାରକୁ ପ୍ରାଧାନ୍ୟ ଦିଆଯିବ ବୋଲି ଇସ୍ପାତ ଓ ଖଣି ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ସୂଚନା ଦେଇଛନ୍ତି ଓ ଏ ସମ୍ପର୍କରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଶ୍ରୀ ଜେନା ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଏବଂ ପରିବହନ କମିଶନର ଶ୍ରୀ ଅମିତାଭ ଠାକୁରଙ୍କ ସହ ଆଲୋଚନା କରିବା ସହ ଶୂନ ମୃତାହତ ପକ୍ଷ ପାଳନକୁ ସଫଳ କରିବା ନେଇ ବିଭିନ୍ନ ପରାମର୍ଶ ଦେଇଥିଲେ ଓ ଏଠାରେ ସୂଚନା ଯୁଗ୍ୟ କି ସଡ଼କ ଦୁର୍ଘଟଣା ଜନିତ ଶୂନ ମୃତାହତ ପାଳନ ସମୟରେ ସଡ଼କ ନିୟମ ଉଲ୍ଲଙ୍ଘକାରୀଙ୍କ ବିରୋଧରେ ଶୂନ ସହନଶୀଳତା ନୀତି ଅବଲମ୍ୱନ କରାଯିବ । ସାରା ରାଜ୍ୟରେ ଯାଞ୍ଚ ପ୍ରକ୍ରିୟାକୁ କଡାକଡି କରାଯିବ । ଏଥିପାଇଁ ସମସ୍ତ ଜିଲ୍ଲା ପ୍ରଶାସନକୁ ବିଭାଗ ପକ୍ଷରୁ ଏକ ମାର୍ଗଦର୍ଶିକା ପ୍ରଦାନ କରାଯାଇଛି । ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଅନ୍ୟ ବିଭାଗ ସହ ମିଳିତ ଭାବରେ ଆଞ୍ଚଳିକ ପରିବହନ କାର୍ୟ୍ୟାଳୟ ଦ୍ୱାରା ଏନଫୋର୍ସମେଣ୍ଟ କାର୍ୟ୍ୟକ୍ରମ ବ୍ୟାପକ କରାଯିବ । ବିଶେଷକରି, ଜନଗହଳି ସ୍ଥାନ, ଟ୍ରାଫିକ ପଏଣ୍ଟ, ଶିକ୍ଷାନୁଷ୍ଠାନ, ବଡ ବଡ଼ ମଲ୍ ଓ ବଜାର ଆଦି ସ୍ଥାନରେ ଟିମ୍ ମୁତୟନ ରହିବେ । ସଡ଼କରେ ବେପରୁଆ ଗାଡ଼ି ଚାଳନା କରି ନିଜ ସହ ଅନ୍ୟ ମାନଙ୍କ ପାଇଁ ବିପଦ ସୃଷ୍ଟି କରୁଥିବା ଓ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ମୋଟର ଯାନ ଆଇନ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସେହିଭଳି ଚିହ୍ନଟ ହୋଇଥିବା ଦୁର୍ଘଟଣାପ୍ରବଣ ରାସ୍ତା ଉପରେ ମଧ୍ୟ ବିଶେଷ ନଜର ରହିବ । କିଭଳି ସେଠାରେ ଦୁର୍ଘଟଣାକୁ ହ୍ରାସ କରାଯାଇପାରିବ ସେଥିପାଇଁ ମଧ୍ୟ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗ ପକ୍ଷରୁ ଜିଲ୍ଲା ପ୍ରଶାସନଙ୍କୁ କୁହାଯାଇଛି । ରାସ୍ତା ଇଞ୍ଜିନିୟରିଂ ସଂସ୍ଥା ମାନେ ଏ ଦିଗରେ ସକ୍ରିୟ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । ତ୍ରୁଟି ଗୁଡ଼ିକୁ ସଂଶୋଧନ କରିବା, ରାସ୍ତାରେ ସାଇନେଜ୍ ଲଗାଇବା ଭଳି ବିଷୟକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି ।

ଜନସାଧାରଣଙ୍କୁ ସଡ଼କ ସୁରକ୍ଷା ନିୟମ ପ୍ରତି ଅବଗତ କରିବା ଏବଂ ସେମାନଙ୍କ ଜୀବନ ରକ୍ଷା ପାଇଁ ଏହାର ପାଳନର ଅନିବାର୍ୟ୍ୟତା ସଂପର୍କରେ ସଚେତନତା କାର୍ୟ୍ୟକ୍ରମ ଗ୍ରହଣ କରାଯିବ । ଏଥିପାଇଁ ଉଭୟ ସରକାରୀ ଓ ବେସରକାରୀ ସଂସ୍ଥା ସହଭାଗିତାରେ ଉଦ୍ୟମ ହେବ । ଏତଦବ୍ୟତୀତ ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ତ୍ୱରିତ ସହାୟତା ପହଞ୍ଚାଇ ଜୀବନ ରକ୍ଷା ପାଇଁ ମଧ୍ୟ ଜନସାଧାରଣଙ୍କୁ ଉତ୍ସାହିତ କରାଯିବ ।ପୂର୍ବ ବର୍ଷମାନଙ୍କରେ ଶୂନ ମୃତାହତ ସପ୍ତାହ ପାଳନ କରାଯାଇଛି । ସେ ସମୟରେ ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଉଲ୍ଲେଖନୀୟ ଭାବେ ହ୍ରାସ ପାଇଥିଲା । ଏହାକୁ ଦୃଷ୍ଟିରେ ବିଭାଗ ଚଳିତ ଥର ଏହି କାର୍ୟ୍ୟକ୍ରମକୁ ଆହୁରି ବ୍ୟାପକ କରିବାକୁ ଶୂନ ମୃତାହତ ପକ୍ଷ ପାଳନ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଯାହାର ଲକ୍ଷ୍ୟ ହେଉଛି, ସଡ଼କ ଦୁର୍ଘଟଣା ଓ ତଦଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରିବା ।
ଏହି ପକ୍ଷ ନଭେମ୍ବର ୧୬ରୁ ୩୦ ଯାଏଁ ପାଳନ କାରାଯିବ । ବିକଶିତ ଓଡ଼ିଶା ଗଠନରେ ସଡ଼କ ଦୁର୍ଘଟଣା ହ୍ରାସକୁ ଏକ ପ୍ରମୁଖ ଲକ୍ଷ୍ୟ ଭାବରେ ସରକାର ରଖିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ “ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ” ବା “କମ୍ ହୋମ୍ ସେଫ୍”କୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଯାଉଛି । ପ୍ରତିଟି ଜୀବନ ମୂଲ୍ୟବାନ । ଗୋଟିଏ ବି ମୃତ୍ୟୁ, ବହୁତ ଅଧିକ । ତେଣୁ ପ୍ରତିଟି ଜୀବନ ରକ୍ଷା ପାଇଁ ସଡ଼କ ସୁରକ୍ଷାକୁ ଏକ ସାମୂହିକ ଦାୟିତ୍ୱ ଭାବେ ଗ୍ରହଣ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ଜେନା ରାଜ୍ୟର ସମସ୍ତ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ